ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆର୍‌ସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ପ୍ରାକ୍‌ ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri