Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜିର ବିଛା ରାଶିସ୍ଥ ଚନ୍ଦ୍ର ମାନସିକ ସ୍ଥିତି, ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତିକୁ ଅସ୍ବାଭାବିକ ରଖିପାରେ। କିନ୍ତୁ ଷଷ୍ଠଭାବସ୍ଥ ଶୁକ୍ର ନୀଚସ୍ଥ ଯୋଗୁ ଆର୍ଥିକ ସ୍ଥିତି ବିଗିଡ଼ି ଯାଇପାରେ। ଅବୁଝା ବନ୍ଧୁଙ୍କୁ ବୁଝାଇ ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ।
ବୃଷ
ବୃଷ
ଆଜି ବୁଧାଦିତ୍ୟ ଯୋଗ ଫଳରେ ସଭାସମିତି କିମ୍ବା ପଦସ୍ଥବ୍ୟକ୍ତିଙ୍କ ସହ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କିନ୍ତୁ ପାରିବାରିକ ସମସ୍ୟା ଓ ପିଲାମାନଙ୍କ ବିବାହ ଚିନ୍ତାରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ଏକାଦଶାଧିପତିଙ୍କ ପ୍ରଭାବରେ ସବୁ ସୁବିଧା ହାସଲ କରି ଲକ୍ଷ୍ୟପଥର ପଥିକ ହୋଇପାରନ୍ତି। ସମ୍ପର୍କୀୟଙ୍କ ଦ୍ୱାରା ବିଳାସର ପ୍ରାଚୁର୍ଯ୍ୟ ପାଇବାର ସମ୍ଭାବନା ରହିଛି। ବୈଷୟିକ ସମ୍ପଦ ହାସଲ ପରିପ୍ରେକ୍ଷୀରେ କୂଟନୀତି ବଳରେ କାର୍ଯ୍ୟ ସାଧନରେ ସମର୍ଥ ହେବେ। କର୍ମାରମ୍ଭ, ଜମିଜମା କ୍ରୟବିକ୍ରୟ, ବାଣିଜ୍ୟ, ବ୍ୟବସାୟ ପ୍ରଭୃତି ସନ୍ତୋଷଜନକ ରହିବ।
କର୍କଟ
କର୍କଟ
ରାଶ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ ଦିଗରୁ ପ୍ରତିକୂଳ ବାତାବରଣ ସୃଷ୍ଟି ହେବ। ବନ୍ଧୁ କିମ୍ବା ସହକର୍ମୀଙ୍କ ଉପରେ ବିରକ୍ତି ଓ ଶ୍ରୁତିକଟୁ ବ୍ୟବହାର ସମ୍ପର୍କ କ୍ଷୁଣ୍ଣ କରିପାରେ। ଦ୍ୱନ୍ଦ୍ୱରେ ପଡ଼ି କୌଣସି ଠିକ୍‌ ନିଷ୍ପତ୍ତି ନେଇ ନ ପାରନ୍ତି। ଆର୍ଥିକ, ବ୍ୟବସାୟିକ, ଉପରିସ୍ଥ କର୍ମଚାରୀ କିମ୍ବା ସରକାରୀ କାମ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ସି˚ହ
ସି˚ହ
ସ୍ବଗୃହୀ ରବି ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାର ଲକ୍ଷ୍ୟକରି ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି।
କନ୍ୟା
ଧନଭାଗ୍ୟାଧିପତିଙ୍କ ଶୁକ୍ରଙ୍କ ନୀଚତ୍ୱପ୍ରଭାବ କ୍ରମେ ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦର ହ୍ରାସ ପାଇପାରେ। ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିପାରିବେ। ରାହୁଙ୍କ ସ୍ଥିତି କାରଣରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଆପଣଙ୍କ ପ୍ରାପ୍ୟ ପାଇବାରେ କିଛିଟା ସମସ୍ୟା ଉପୁଜିବାର ଆଶଙ୍କା ଦେଖାଦେବ।
ତୁଳା
ତୁଳା
ଦ୍ୱିତୀୟଭାବସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଓ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ରୋକ୍‌ଠୋକ୍‌ କଥା ସମସ୍ୟାର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରିପାରିଲେ ସଫଳତା ପାଇବେ। ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଦୁର୍ବଳତାଜନିତ ବିବାଦୀୟ ଘଟଣା କିମ୍ବା ଅସଫଳତା ହେତୁକ ମନସ୍ତାପ କରିପାରନ୍ତି। ଅଧିକାଂଶ କ୍ଷେତ୍ରରେ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। କଳା, ସଙ୍ଗୀତ, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ରାଶ୍ୟାଧିପ ବୃହସ୍ପତି ଦୁଃସ୍ଥାନସ୍ଥ ଯୋଗୁ ପାରିବାରିକ ଅସ୍ଥିରତା ଲାଗିରହିବ। ସାମ୍ବାଦିକତା, ପ୍ରକାଶନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବାରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେବ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ମଧ୍ୟ ଘଟିବ।
ମକର
ମକର
ଆଜି ଲାଭଭାବରେ ଦୁର୍ବଳଚନ୍ଦ୍ର ଅବସ୍ଥାନ କରି ମନରେ ନିରୁସତ୍ାହିତା ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେବା କାରଣରୁ ବିଚଳିତ ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ। ବନ୍ଧୁଙ୍କ ସହାୟତାରେ ଅଭିଳଷିତ ଫଳ ଲାଭ କରିବେ।
କୁମ୍ଭ
କୁମ୍ଭ
ଶନିଙ୍କ ଶୁଭଦୃଷ୍ଟିରୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣ ମାତ୍ରାରେ ଉପଶମ ନ ହେଲେ ମଧ୍ୟ କେତେକାଂଶରେ ପୂର୍ବାପେକ୍ଷା ନିୟନ୍ତ୍ରଣ ମଧ୍ୟରେ ରହିବ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ।
ମୀନମୀନ

ବୃହସ୍ପତିଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ହେତୁ ସ୍ବାସ୍ଥ୍ୟ ଭଲ ରହିବା ସହ ଉଚ୍ଚଚିନ୍ତା ଓ ନୂଆ ନୂଆ ଯୋଜନା କରିପାରନ୍ତି। କିନ୍ତୁ ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନ୍ନତି ଘଟିବ ଏବଂ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri