ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୦।୯: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି । ଏଥିରୁ, ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ।

ମୁଖ୍ୟମନ୍ତ୍ରୀ ମାଝୀ ରେଳ ମନ୍ତ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri