ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଚଳିତ ସପ୍ତାହର ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଆସନ୍ତା 24 ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଟାଇବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଥିଲା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri