ଟ୍ରେଲର ଧକ୍କାରେ ଚାଲିଗଲା ଟ୍ରାକ୍ଟର ଚାଳକଙ୍କ ଜୀବନ

ହିଞ୍ଜିଳିକାଟୁ,୧୩ା୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଆର୍‌ଏମ୍‌ସି ଛକରେ ଟ୍ରେଲର ଓ ଟ୍ରାକ୍ଟର ମଧ୍ୟରେ ଧକ୍କା ହେବାରୁ ଟ୍ରାକ୍ଟର ଚାଳକଙ୍କ ମତ୍ୟୁ ଘଟିଛି । ସେ ହେଲେ ହିଞ୍ଜିଳି ଥାନା ପିତଳ ଗ୍ରାମର ଲବ ବେହେରା। ପୋଲିସ ମୃତଦେହ ଜବତ କରି ଶୁକ୍ରବାର ବ୍ରହ୍ମପୁର ବଡ଼ ମେଡିକାଲରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡି ୨ଟିକୁ ଜବତ କରିବା ସହ ଟ୍ରେଲର ଚାଳକଙ୍କୁ ଅଟକ ରଖି ତଦନ୍ତ ଚଳାଇଛି । ଏ ନେଇ ହିଞ୍ଜିଳି ଥାନାରେ ଏକ ମାମଲା (ନଂ.୭୬୪/୨୪) ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକଳ, ଗୁରୁବାର ରାତିରେ ବୁଗୁଡାପଲ୍ଲୀ ଅଞ୍ଚଳର ଏକ କ୍ରଶରରୁ ଗୋଡି ଧରି ଟ୍ରାକ୍ଟର (ଓଡି୦୭କ୍ୟୁ ୬୨୦୯) ହିଞ୍ଜିଳି ଅଭିମୁଖେ ଯାଉଥିଲା । ସେହି ସମୟରେ ଆସିକାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ମାର୍ବଲ ବୋଝେଇ ଟ୍ରେଲର (ନଂ.ଜିଜେ୦୧ ଜେଟି ୨୭୨୮) ହିଞ୍ଜିଳିକାଟୁ ଆରଏମସି ଛକ ନିକଟରେ ଟ୍ରାକ୍ଟରକୁ ଧକ୍କା ଦେଇ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଦୁର୍ଘଟଣାସ୍ଥଳରେ ଟ୍ରାକ୍ଟର ଚାଳକ ଲବଙ୍କ ମୃତ୍ୟୁ ଘଟିଥିଲା । ହିଞ୍ଜିଳି ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ । କ୍ରେନ ସହାୟତାରେ ଉଭୟ ଗାଡିକୁ ହଟାଯିବା ପରେ ମୃତଦେହ ବାହାର କରାଯାଇଥିଲା । ଦୁର୍ଘଟଣା ଯୋଗୁ ଦୀର୍ଘ ସମୟ ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri