ପୁରୀ, କେନ୍ଦ୍ରାପଡ଼ା ପରେ ଗଞ୍ଜାମରେ ବାର୍ଡ ଫ୍ଲୁ ଆତଙ୍କ

ଦିଗପହଣ୍ଡି/ପାଟପୁର,୧୩।୯(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ନିକଟ ଆମ୍ବଠା ଗାଁରାସ୍ତା ପାତ୍ର ପୋଖରୀ ନିକଟରେ ଶୁକ୍ରବାର ବହୁ ସଂଖ୍ୟାରେ ମଲା କୁକୁଡ଼ା ପଡ଼ିଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ବାର୍ଡ ଫ୍ଲୁ ଆଶଙ୍କା କରିଛନ୍ତି।

ଖବର ପ୍ରଘଟ ପରେ ଘଟଣାସ୍ଥଳରେ ଗଞ୍ଜାମ ଜିଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଡା. ଅରବିନ୍ଦ ବେହେରାଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ୍‌ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। କିଏ ଏବଂ କାହିଁକି ମଲା କୁକୁଡ଼ା ଫୋପାଡିଛନ୍ତି ସେ ନେଇ ତଦନ୍ତ ଆରମ୍ଭ କରିଛନ୍ତି। ହେଲେ ବାର୍ଡ ଫ୍ଲୁ ପ୍ରଭାବରେ କୁକୁଡ଼ାଗୁଡ଼ିକର ମୃତ୍ୟୁ ହୋଇ ନ ଥିବା ଡାକ୍ତରୀ ଟିମ୍‌ ସଦସ୍ୟ କହିଛନ୍ତି। ଏଥିରେ ଅଞ୍ଚଳବାସୀ କୌଣସି ପ୍ରକାର ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି।

ଏପରିକି ନିକଟରେ ଡାକ୍ତରୀ ଟିମ୍‌ କୁକୁଡ଼ା ଫାର୍ମଗୁଡିକୁ ଯାଇ ଫାର୍ମ ମାଲିକଙ୍କ ସହ ଆଲୋଚନା କରି ରାସ୍ତାକଡ କିମ୍ବା ପୋଖରୀ ନିକଟରେ ମଲା କୁକୁଡ଼ା ନ ଫୋପାଡ଼ିବାକୁ ତାଗିଦ କରିଥିଲେ। ଅନ୍ୟପକ୍ଷେ ସମ୍ପୃକ୍ତ ଘଟଣାକୁ ନେଇ ଡାକ୍ତରୀ ଟିମ୍‌ ସ୍ଥାନୀୟ ଥାନା ଆଇଆଇସି ଅଜୟ କୁମାର ସ୍ବାଇଁଙ୍କ ସହ ସବିଶେଷ ଆଲୋଚନା କରି ଫେରି ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri