ହାସିନାଙ୍କୁ ଦିଲ୍ଲୀରୁ ଢାକା ନେବା ୟୁନୁସ ସରକାରଙ୍କ ପାଇଁ ହେବ ନାହିଁ ଏତେ ସହଜ

ନୂଆଦିଲ୍ଲୀ/ଢାକା,୧୪।୯: ଯେତେବେଳେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ତାଙ୍କ ଦେଶରେ ବ୍ୟାପକ ବିରୋଧର ସମ୍ମୁଖୀନ ହୋଇଥିଲେ, ସେ ଅଗଷ୍ଟ ୫ରେ ଭାରତ ପଳାଇ ଆସିଥିଲେ। ସେ ତାଙ୍କ ସରକାର ହଟାଇବା ପରଠାରୁ ଭାରତରେ ରହିଆସୁଛନ୍ତି। ଶେଖ ହାସିନାଙ୍କୁ ତାଙ୍କ ଭଉଣୀ ଶେଖ ରେହାନାଙ୍କ ସହ ଏକ ସୁରକ୍ଷିତ ଘରେ ରଖାଯାଇଛି। କିନ୍ତୁ ବାଂଲାଦେଶରେ ତାଙ୍କ ପ୍ରତ୍ୟର୍ପଣ ପାଇଁ ଦାବି କ୍ରମାଗତ ଭାବେ ବୃଦ୍ଧି ପାଉଛି। ବାଂଲାଦେଶର ଆନ୍ତର୍ଜାତୀୟ କ୍ରାଇମ ଟ୍ରିବ୍ୟୁନାଲ (ଆଇସିଟି) ର ମୁଖ୍ୟ ଓକିଲ କହିଛନ୍ତି ଯେ ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ଆଇନଗତ ପ୍ରକ୍ରିୟା ଆରମ୍ଭ ହୋଇଛି। କୌତୁହଳର ବିଷୟ ହେଉଛି, ୨୦୧୦ରେ ଶେଖ ହାସିନାଙ୍କ ସରକାର ଦ୍ୱାରା ଅନ୍ତର୍ଜାତୀୟ କ୍ରାଇମ ଟ୍ରିବ୍ୟୁନାଲ ପୁନଃ ସ୍ଥାପିତ ହୋଇଥିଲା।
ଇଣ୍ଟରନ୍ୟାଶନାଲ କ୍ରାଇମ ଟ୍ରିବ୍ୟୁନାଲରେ ଶେଖ ହସିନାଙ୍କ ବିରୋଧରେ ନରସଂହାର ଏବଂ ମାନବିକତା ବିରୋଧରେ ଅପରାଧ ଅଧୀନରେ ଅଭିଯୋଗ ଦାଖଲ କରାଯାଇଛି। ହତ୍ୟା, ନିର୍ଯ୍ୟାତନା, ଜବରଦସ୍ତ ନିଖୋଜ ଇତ୍ୟାଦି ବିଭିନ୍ନ ଅପରାଧ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ମଧ୍ୟ ଅନେକ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ଯଦି ବାଂଲାଦେଶ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଆନୁଷ୍ଠାନିକ ଭାବେ ଅନୁରୋଧ କରେ, ତେବେ ନୂଆଦିଲ୍ଲୀରେ କେଉଁ ଆଇନଗତ ବିକଳ୍ପ ରହିବ? ଶେଖ ହାସିନାଙ୍କ ସମ୍ପର୍କରେ ଭାରତ ସରକାର ଏପର୍ଯ୍ୟନ୍ତ ଏହାର ସରକାରୀ ଆଭିମୁଖ୍ୟ ସ୍ପଷ୍ଟ କରିନାହାଁନ୍ତି। ବାଂଲାଦେଶ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ କରିବା ପରେ ଭାରତକୁ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri