subhadra yojana: ପ୍ରଥମ ଆବେଦନରେ କଟିଗଲେ ଦ୍ୱିତୀୟ ଥର କରିପାରିବେ କି ଆପ୍ଲାଏ? ଜାଣି ନିଅନ୍ତୁ…

ଭୁବନେଶ୍ୱର,୧୪।୯: ସୁଭଦ୍ରା ଯୋଜନାକୁ ନେଇ ନୂଆ ଅପଡେଟ ସାମ୍ନାକୁ ଆସୁଛି । ବର୍ତ୍ତମାନର ସବୁଠୁ ବଡ଼ ଅପଡେଟ ହେଉଛି, ୧୭ ତାରିଖରେ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି ଟଙ୍କା । ସେପ୍ଟେମ୍ବର ୧୫ ଭିତରେ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା। ପ୍ରଶ୍ନ ଉଠୁଛି ୧୭ ପରେ ଆବେଦନ କଲେ ସୁଭଦ୍ରା ଟଙ୍କା ମିଳିବ କି ନାହିଁ। ୧୭ ପରେ ଆବେଦନ କରିଥିବା ମହିଳାମାନଙ୍କ ଆକାଉଣ୍ଟକୁ ବି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଆସିବ । ସୁଭଦ୍ରା ଯୋଜନାର ସ୍ପଷ୍ଟ ଗାଇଡଲାଇନ ଅଫିସିଆଲ ୱେବସାଇଟରେ ପ୍ରକାଶ ପାଇଛି ।

ଏସଓପି ଜାରି ହେବା ପରଠୁ ସୁଭଦ୍ରା ଯୋଜନାକୁ ନେଇ ମହିଳାମାନଙ୍କ ମଧ୍ୟରେ ଉତ୍ସାହ ଲାଗି ରହିଛି । ରାତି ଦିନ ଲାଗି ପଡ଼ି ଆପ୍ଲାଏ କରିବା ପାଇଁ ମହିଳାମାନେ ଆଗ୍ରହ ଦେଖାଉଛନ୍ତି । ଓଡିଶାରେ ରହୁଥିବା ମହିଳାମାନେ ଜନ ସେବା କେନ୍ଦ୍ର, ବ୍ଲକ, ଅଙ୍ଗନବାଡ଼ି ଆଗରେ ଭିଡ ଜମାଇଛନ୍ତି । କିନ୍ତୁ ବର୍ତ୍ତମାନ ସବୁଠୁ ବଡ଼ କଥା ହେଉଛି, ଯଦି ଆବେଦନକାରୀ ପ୍ରଥମ ଆବେଦନରେ ସୁଭଦ୍ରା ଟଙ୍କା ନ ମିଳେ ତେବେ ସେ କ’ଣ ଦ୍ୱିତୀୟ ଥର ଆବେଦନ କରିପାରିବେ।

କିଛି ଦିନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା “ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରିଛନ୍ତି। ଏହି ପୋର୍ଟାଲଟି ହେଉଛି www.subhadra.odisha.gov.in। ଏହି ପୋର୍ଟାଲ ଛଡା ଆଉ କୌଣସି fake ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ । ଏହା ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ । ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।

ତେବେ ଯଦି ଆପଣଙ୍କ ପ୍ରଥମ ଆବେଦନରେ ଟଙ୍କା ମିଳୁନାହିଁ କିମ୍ବା ଆପଣ ଅଯୋଗ୍ୟ ସାବ୍ୟସ୍ତ ହେଛନ୍ତି ତେବେ ପରବର୍ତ୍ତୀ ସମୟରେ ଆବେଦନ କରିପାରିବେ। ଏବଂ ଯଦି ପରବର୍ତ୍ତୀ ସମୟରେ ଆପଣ ଯୋଗ୍ୟ ବିବେଚିତ ହୁଅନ୍ତି ତେବେ ଆବେଦନ ତାରିଖ ନିର୍ବିଶେଷରେ ସେ ସେହି ବର୍ଷର କିସ୍ତି ଗ୍ରହଣ କରିବେ

ଆଉ କିଛି ଜାଣିବାକୁ ହେଲା ଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ୍‌ କରିବେ । ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଉପଲବ୍ଧ ହେଉଛି । ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ର୍ନିଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri