ଡୋଭାଲଙ୍କ କମାଲ! ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଆସିଲା ଶୁଭ ସଙ୍କେତ

କ୍ୱିଭ,୧୪।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଶେଷ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମ ବର୍ତ୍ତମାନ ଫଳବତି ହେଉଥିବା ଜଣାପଡିଛି। ଗତ ଅଢେଇ ବର୍ଷ ଧରି ଚାଲିଥିବା ଯୁଦ୍ଧରେ ପ୍ରଥମ ଥର ପାଇଁ ଉଭୟ ଦେଶ ପରସ୍ପର ପ୍ରତି କିଛି ଉଦାରତା ଦେଖାଇଛନ୍ତି। ରୁଷିଆ ଏବଂ ୟୁକ୍ରେନ ପ୍ରଥମ ଥର ପାଇଁ ଯୁଦ୍ଧ ବନ୍ଦୀମାନଙ୍କୁ ଅଦଳ ବଦଳ କରିଛନ୍ତି। ଯେଉଁଥିରେ ଉଭୟ ପକ୍ଷ ୧୦୩ଜଣଙ୍କୁ ମୁକ୍ତ କରିଛନ୍ତି। ନ୍ୟୁଜ ଏଜେନ୍ସି ଇଣ୍ଟରଫ୍ୟାକ୍ସ ଶନିବାର ରିପୋର୍ଟ କରିଛି ଯେ ଅଦଳବଦଳ ହୋଇଥିବା ରୁଷିଆର ସୈନିକମାନେ ରୁଷିଆର କୁର୍ସ୍କ ଅଞ୍ଚଳରେ ବନ୍ଦୀ ହୋଇଥିଲେ। ଗତ ମାସରେ, ୟୁକ୍ରେନ ସେନା ଏହାର ପ୍ରଥମ ପ୍ରମୁଖ ଆକ୍ରମଣରେ ରୁଷିଆର ଏହି ଅଞ୍ଚଳକୁ କାବୁ କରିଥିଲା।
ସୂଚନାଯୋଗ୍ୟ, ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ଗସ୍ତ କରିଥିଲେ। ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତରେ ଯାଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଥିଲେ। ନିକଟରେ ଭାରତର ଏନଏସଏସ ଅଜିତ ଡୋଭାଲ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ମୁହାଁମୁହିଁ କଥା ହୋଇଥିଲେ। ଯୁଦ୍ଧ ବନ୍ଦ କରିବା ପାଇଁ ବୁଝାମଣାରେ ସେ ଭାରତର ଦୃଷ୍ଟିକୋଣ ଗ୍ରହଣ କରିବାକୁ ପ୍ରସ୍ତୁତ ବୋଲି ପୁଟିନ କହିଛନ୍ତି। ଯୁଦ୍ଧ ବନ୍ଦ କରିବାକୁ ରୁଷିଆକୁ ମନାଇବା ପାଇଁ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ମଧ୍ୟ ଭାରତକୁ ଏହାର ପ୍ରଭାବ ବ୍ୟବହାର କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri