ଆବେଦନ କଲାବେଳେ ତ୍ରୁଟି ହୋଇଛି ବୋଲି ଭାବୁଛନ୍ତି କି? ତେବେ କ’ଣ କରିବେ, ନ ହେଲେ ମିଳିବନି ଟଙ୍କା…

ଭୁବନେଶ୍ୱର,୧୪।୯: ସୁଭଦ୍ରା ଯୋଜନାକୁ ନେଇ ନୂଆ ଅପଡେଟ ସାମ୍ନାକୁ ଆସୁଛି । ବର୍ତ୍ତମାନର ସବୁଠୁ ବଡ଼ ଅପଡେଟ ହେଉଛି, ୧୭ ତାରିଖରେ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି ଟଙ୍କା । ସେପ୍ଟେମ୍ବର ୧୫ ଭିତରେ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା। ପ୍ରଶ୍ନ ଉଠୁଛି ୧୭ ପରେ ଆବେଦନ କଲେ ସୁଭଦ୍ରା ଟଙ୍କା ମିଳିବ କି ନାହିଁ। ୧୭ ପରେ ଆବେଦନ କରିଥିବା ମହିଳାମାନଙ୍କ ଆକାଉଣ୍ଟକୁ ବି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଆସିବ । ସୁଭଦ୍ରା ଯୋଜନାର ସ୍ପଷ୍ଟ ଗାଇଡଲାଇନ ଅଫିସିଆଲ ୱେବସାଇଟରେ ପ୍ରକାଶ ପାଇଛି ।

ଏସଓପି ଜାରି ହେବା ପରଠୁ ସୁଭଦ୍ରା ଯୋଜନାକୁ ନେଇ ମହିଳାମାନଙ୍କ ମଧ୍ୟରେ ଉତ୍ସାହ ଲାଗି ରହିଛି । ରାତି ଦିନ ଲାଗି ପଡ଼ି ଆପ୍ଲାଏ କରିବା ପାଇଁ ମହିଳାମାନେ ଆଗ୍ରହ ଦେଖାଉଛନ୍ତି । ଓଡିଶାରେ ରହୁଥିବା ମହିଳାମାନେ ଜନ ସେବା କେନ୍ଦ୍ର, ବ୍ଲକ, ଅଙ୍ଗନବାଡ଼ି ଆଗରେ ଭିଡ ଜମାଇଛନ୍ତି । କିନ୍ତୁ ବର୍ତ୍ତମାନ ସବୁଠୁ ବଡ଼ କଥା ହେଉଛି, ଯଦି ଆବେଦନକାରୀ ଆବେଦନ କରିବାବେଳେ କିଛି ତ୍ରୁଟି ଅଛି ବୋଲି ଭାବୁଛନ୍ତି ତେବେ କ’ଣ କରିବେ? ଆମେ ଆପଣଙ୍କୁ କହିବୁ ଏତିପାଇଁ କ’ଣ କରିବାକୁ ପଡିବ। ଷ୍ଟେପ ବାଏ ଷ୍ଟେପ ଜାଣି ରଖନ୍ତୁ ନ ହେଲେ ଟଙ୍କା ମିଳିବନି।

ଯଦି ଆପଣଙ୍କ ଆବେଦନ ଫର୍ମରେ ତ୍ରୁଟି ତାଏ ତେବେ ଆଧାରରେ ଥିବା ସୂଚନାକୁ ଚୂଡ଼ାନ୍ତ ଭାବେ ଗ୍ରହଣ କରାଯିବ । ଏହି ଯୋଜନା ପାଇଁ ଆବେଦନ କରିବା ପୂର୍ବରୁ ଆବେଦନକାରୀ ସେମାନଙ୍କ ଆଧାର କାର୍ଡରେ ଥିବା ତଥ୍ୟକୁ ସଂଶୋଧନ କରିବା ଜରୁରୀ । ଯଦି ଆଧାରକାର୍ଡରେ ତଥ୍ୟ ମେଳ ଖାଉନାହିଁ ତେବେ ଆବେଦନ କରିବା ପୂର୍ବରୁ ଆବେଦନକାରୀ ସେମାନଙ୍କ ଆଧାର କାର୍ଡରେ ଥିବା ତଥ୍ୟକୁ ସଂଶୋଧନ କରିବା ଜରୁରୀ । ସେହିପରି ଆବେଦନକାରୀଙ୍କୁ ଆଧାର-ସକ୍ଷମ ଏବଂ DBT- ସକ୍ଷମ ଥିବା ଏକ ବ୍ୟାଙ୍କ ଆକାଉଣ୍ଟ ନ ଥାଏ ତେବେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଏବଂ ଲିଙ୍କ କରିବାର ସୁଯୋଗ ଦିଆଯିବ।

କିଛି ଦିନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା “ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରିଛନ୍ତି। ଏହି ପୋର୍ଟାଲଟି ହେଉଛି www.subhadra.odisha.gov.in। ଏହି ପୋର୍ଟାଲ ଛଡା ଆଉ କୌଣସି fake ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ । ଏହା ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ । ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।

ଆଉ କିଛି ଜାଣିବାକୁ ହେଲା ଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ୍‌ କରିବେ । ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ
ସମ୍ପୂର୍ଣ ମାଗଣାରେ ଉପଲବ୍ଧ ହେଉଛି । ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ର୍ନିଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri