‘ସୁଭଦ୍ରା ଯୋଜନାରେ ମହିଳାମାନେ ଠକାମିର ଶିକାର ନ ହୁଅନ୍ତୁ’

କେନ୍ଦୁଝର,୧୫।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ପ୍ରତ୍ୟେକ ମହିଳା ହେବେ ସ୍ବାବଲମ୍ବୀ ଏବଂ ସଶକ୍ତ, ଏହି ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ସୁଭଦ୍ରା ଯୋଜନା ବର୍ତ୍ତମାନ ଘରେ ଘରେ ଆଦୃତି ଲାଭ କରୁଛି । ଅନ୍ୟପକ୍ଷେ କେନ୍ଦୁଝର ଜିଲାରେ ଏହି ଯୋଜନାର ସଫଳ ରୂପାୟନ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ, ଜିଲା ପ୍ରଶାସନ ଆନୁକୁଲ୍ୟରେ ରବିବାର ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ସ୍ଥାନୀୟ ଅଡିଟୋରିୟମ ପର୍ଯ୍ୟନ୍ତ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା।

ପଦଯାତ୍ରାରେ ୫୦୦ରୁ ଊର୍ଦ୍ଧ୍ୱ ସ୍ବୟଂସହାୟିକା ଗୋଷ୍ଠୀର ମହିଳାମାନେ ଏବଂ କେନ୍ଦୁଝର ଅଞ୍ଚଳର ଅଙ୍ଗନବାଡି କର୍ମୀ ଯୋଗ ଦେବା ସହ ସାକ୍ଷର ଅଭିଯାନରେ ନିଜକୁ ସାମିଲ କରିଥିଲେ। ଏହି ପଦଯାତ୍ରାକୁ ଜିଲାପାଳ ବିଶାଳ ସିଂହ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ କୁମାର ନାଗଭୁଷଣ, ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଧନୁର୍ଜୟ ମହାନ୍ତ, ସଦର ବିଡ଼ିଓ ତିଳତ୍ତମା ପୃଷ୍ଟି, ଅତିରିକ୍ତ ଜିଲା ସମାଜ କଲ୍ୟାଣ ଅଧିକାରିଣୀ ସୁଧା ଗୋସ୍ବାମୀ ଓ ଜିଲା ମିଶନ ଶକ୍ତି ସଂଗଠନ ସଂଯୋଜକ ଶିଶିର ଷଡ଼ଙ୍ଗୀ ଯୋଗଦେଇ ମହିଳାମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ଏହି ଯୋଜନାର ଉପାଦେୟତା ବିଷୟରେ ଅବଗତ କରାଇଥିଲେ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଅଡିଟୋରିୟମଠାରେ ଆୟୋଜିତ ସଭାରେ ମୁଖ୍ୟ ଉନ୍ନୟନ ଅଧିକାରୀ ନାଗଭୁଷଣ କହିଥିଲେ ଯେ, ଆସନ୍ତା ୧୭ତାରିଖରୁ ଏହି ଯୋଜନା ଆରମ୍ଭ ହେବ। ଏବେ ଆବେଦନ କରିଥିବା ମହିଳାଙ୍କଠାରୁ ଆରମ୍ଭ କରି ୧୭ପରେ ବି ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀ ମହିଳାଙ୍କୁ ବର୍ଷକୁ ରକ୍ଷାବନ୍ଧନ ଓ ଅର୍ନ୍ତଜାତୀୟ ମହିଳା ଦିବସରେ ୫ହଜାର ଟଙ୍କା ଲେଖାଏଁ ୧୦ହଜାର ୫ବର୍ଷ ଦିଆଯିବ। ଏହି ଯୋଜନାକୁ ବ୍ଲକ, ପଞ୍ଚାୟତ, ଗାଁସ୍ତରରେ ବ୍ୟାପକ ସଚେତନତା ରଥ ଏବଂ ବିଭିନ୍ନ ସୂଚନା, ଶିକ୍ଷା ଯୋଗାଯୋଗ ମାଧ୍ୟମରେ ସୃଷ୍ଟି କରାଯାଉଛି। ଏପରିକି ମହିଳାମାନେ ଠକାମିର ଶିକାର ନ ହେବେ ସେ ଦିଗରେ ଦୃଷ୍ଟି ଦିଆଯାଉଛି ବୋଲି ମୁଖ୍ୟ ଉନ୍ନୟନ ଅଧିକାରୀ ନାଗଭୁଷଣ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri