ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର,୧୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ପେସିଆଲ ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ଏସଆରସି।

ବାଂଲାଦେଶ ଓ ତତ୍‌ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗଭୀର ଅବପାତ ରବିବାର ସୁଦ୍ଧା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ ।

ଏହାର ପ୍ରଭାବରେ ରବିବାର ରାତିସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲାଗୁଡ଼ିକୁ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri