ଆହୁରି ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ: ଏହି ଜିଲାକୁ ରେଡ୍‌ ଓ୍ବାର୍ନିଂ, ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୬ା୯: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ସୋମବାର ପାଇଁ ମୟୂରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୧ ଜିଲା ପାଇଁ ୟେଲୋ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ଏସ୍‌ଆର୍‌ସି।

ସେପଟେ ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ ବାଲିଆପାଳ ବ୍ଲକରେ ସର୍ବାଧିକ ଓ ସିମୁଳିଆରେ ସର୍ବନିମ୍ନ ରେକର୍ଡ଼ ହୋଇଛି। ସେହିପରି ଜିଲାରେ ପ୍ରବାହିତ ଜଳକା ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଥିବା ବେଳେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।
ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳକା ନଦୀ ଅବବାହିକା ସମେତ ନଦୀର ଉପରମୁଣ୍ଡ ପଡ଼ୋଶୀ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରରେ ଶନିବାର ୮୨ମି.ମି., ମୋରଡ଼ାରେ ୩୦.୨ମି.ମି., ଶୁଳିଆପଦାରେ ୭୦ମି.ମି. ବର୍ଷା କାରଣରୁ ନଦୀର ଜଳସ୍ତର ବୃଦ୍ଧି ପାଉଛି। ମଥାନୀଠାରେ ନଦୀର ବିପଦସଙ୍କେତ ୬.୫୦ ମିଟର ରହିଥିବା ବେଳେ ରବିବାର ରାତି ୮ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୫୧ ମିଟରରେ ପ୍ରବାହିତ ହେଉଛି। ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଉପକୂଳବର୍ତ୍ତୀ ଗ୍ରାମବାସୀ ବନ୍ୟା ଆଶଙ୍କାରେ ଭୟଭୀତ ଅବସ୍ଥାରେ ଅଛନ୍ତି। ଯଦି ବନ୍ୟା ହୁଏ ତେବେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ପଞ୍ଚାୟତର ଶତାଧିକ ହେକ୍ଟର ଚାଷଜମି ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ଦୁର୍ବଳ ନଦୀବନ୍ଧ ଓ ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିବା ତହସିଲଦାର ରାଧାରଞ୍ଜନ ଦାସ ଓ ଜଳସେଚନ କନିଷ୍ଠଯନ୍ତ୍ରୀ ମହେଶ୍ୱର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri