ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ ହୋଇଗଲାଣି ଫେରିବାର ନାଁ ନାହିଁ। ତିନି ଝିଅ ଓ ରୋଗିଣା ସ୍ତ୍ରୀ କଥା ଯେମିତି ମନେପଡ଼ୁନି।
ଏମିତି ଘଟଣା ଘଟିଛି ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ। ନୀଳଗିରି ବ୍ଲକ ଜଡିବାଲି ଗ୍ରାମର ସୁଜାତା ବାରିକ। ଏକମାସ ପୂର୍ବେ ଝିଅର ଦେହ ଖରାପ ହେବାରୁ ସ୍ବାମୀଙ୍କ ସହ ବାଲେଶ୍ୱର ମେଡ଼ିକାଲ ଚିକିତ୍ସା ପାଇଁ ଆସିଥିଲେ। ତେବେ ସେଠାରେ ହଠାତ୍‌ ସୁଜାତା ମଧ୍ୟ ଅସୁସ୍ଥ ହୋଇପଡନ୍ତି । ପରୀକ୍ଷାରୁ ଜଣାପଡିଲା ସେ ଯଷ୍ମା ରୋଗରେ ପିଡୀତ। ତେଣୁ ମାଲିକ ପାଖରୁ ଟଙ୍କା ଆଣିବା ପାଇଁ ତାଙ୍କ ସ୍ବାମୀ ତିନି ଝିଅଙ୍କୁ ମେଡିକାଲରେ ଛାଡି ଯାଇଥିଲେ। ସେବେଠାରୁ ମାସେ ହୋଇଗଲାଣି ସ୍ବାମୀଙ୍କ ଫେରିବା ବାଟକୁ ଅନାଇ ବସିଛନ୍ତି ସ୍ତ୍ରୀ ଓ ୩ଛୁଆ। ହେଲେ ନାଁ ସେ ଫୋନ ଉଠାଉଛନ୍ତି ନାଁ ମେଡିକାଲ ଆସଛନ୍ତିି। ଏବେ ଅସହାୟ ମହିଳାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ବାଲେଶ୍ୱରର ବିପଦର ବନ୍ଧୁ ସ୍ବେଚ୍ଛାସେବୀ ଅନୁଷ୍ଠାନ । ସୁଜାତାଙ୍କ ବିଷୟରେ ଖବର ପାଇବା ପରେ ଏହି ସଙ୍ଗଠନ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ପରେ ବିଧାୟକଙ୍କ ପରାମର୍ଶ କ୍ରମେ ମହିଳାଙ୍କୁ ନୀଳଗିରି ମେଡିକାଲକୁ ଆଣିଥିଲେ। ଏପରିକି ବିଧାୟକ ନିଜେ ମେଡ଼ିକାଲରେ ପହଞ୍ଚି ସୁଜାତାଙ୍କ ଚିକିତ୍ସାର ବ୍ୟବସ୍ଥା କରାଇ ଦେବା ସହ ତାଙ୍କ ସ୍ବମୀଙ୍କୁ ଲୋକ ଲଗାଇ ଡକାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri