ସବୁଠି ଦେବଶିଳ୍ପୀଙ୍କୁ ଆହ୍ବାନ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଖଣି ଖାଦାନ ଜିଲା ହୋଇଥିବା ବେଳେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବାବା ବିଶ୍ୱକର୍ମାଙ୍କ ପୂଜା ଧୁମ୍‌ଧାମ ପାଳିତ ହେଉଛି। ଜିଲାରେ ଲଘୁଚାପ ଜନିତ ବର୍ଷା ସ୍ବତ୍ତ୍ୱେ ପୂଜା ମାହୋଲ ବେଶ ସରଗରମ ରହିଛି। ଏପରିକି ଜିଲାର କେତେକ ଅଞ୍ଚଳରେ ମଙ୍ଗଳବାର ମଧ୍ୟ ପୂଜା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଖଣି ଓ ଶିଳ୍ପ ସମୃଦ୍ଧ ଯୋଡ଼ା, ବଡ଼ବିଲ, ବଲାଣି, ରୁଗୁଡ଼ି, ବାମେବାରି ଅଞ୍ଚଳରେ ଦେବଶିଳ୍ପୀଙ୍କ ପୂଜା ମହାଆଡମ୍ବର ସହକାରେ ପାଳନ ହେଉଥିବା ବେଳେ ବଂଶପାଳ ବ୍ଲକ ଅଁରାସ୍ଥିତ ଶ୍ରୀ ମେଟକିକ୍ସ, ସଦର ବ୍ଲକ ଏମ୍‌ଏସ୍‌ପି ସ୍ପଞ୍ଜ କାରଖାନାରେ ମଧ୍ୟ ଦେବଶିଳ୍ପୀଙ୍କୁ ଆହ୍ବାନ କରାଯାଇଛି।

ଏପରିକି କେନ୍ଦୁଝର ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଯଥା ବିଧି ସହକାରେ ପାଳିତ ହେଉଛି। ପୂର୍ବତଟ ରେଳପଥ ଅନ୍ତର୍ଗତ କର୍ମୀ ଦଳ ନିୟନ୍ତ୍ରକ, ଜେନେରାଲ ଇଲେକ୍ଟ୍ରିକାଲ ଅଫିସ, ଇଂଜିନିୟରିଂ ବିଭାଗ, ଟିଆରଡି ଅଫିସ ସମେତ ସମସ୍ତ ରେଳବାଇର ଅନ୍ୟ ଯାନ୍ତ୍ରିକ ବିଭାଗଗୁଡିକରେ ମଧ୍ୟ ସୋମବାର ସକାଳରୁ ବିଶ୍ୱକର୍ମାଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା।

ସେହିପରି ଇଲେକ୍ଟ୍ରି ଅଫିସ, କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ, ବସ୍‌ ମାଲିକ ସଂଘ, ଶିଳ୍ପ ତାଲିମ କେନ୍ଦ୍ର, ଗାଡ଼ି ଗ୍ୟାରେଜ, ଲେଦ ଆଦି ସ୍ଥାନରେ ବାବା ବିଶ୍ୱକର୍ମାଙ୍କୁ ପୂଜା କରାଯାଉଛି। ଏଥିପାଇଁ ପୂଜା ମଣ୍ଡପଗୁଡିକ ବିଭିନ୍ନ ଆଲୋକ ମାଳାରେ ସୁସଜ୍ଜିତ ହୋଇଥିବା ବେଳେ ଆକର୍ଷଣୀୟ ତୋରଣ ପୂଜା ମଣ୍ଡପରେ ଝଲସି ଉଠୁଛି। ସକାଳୁ ଗାଡ଼ି ପୂଜା ପରେ ମଣ୍ଡପରେ ପୂଜା କାର୍ଯ୍ୟ ଯଥା ବିଧି ଆରମ୍ଭ ହୋଇଥିଳା। ପରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୂଜା ମଣ୍ଡପନିକଟରେ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri