ଗଣେଶ ଭସାଣି ଗଣ୍ଡଗୋଳରୁ ଆକ୍ରମଣ: ବଡ଼ଭାଇ ମୃତ, ସାନ ଗୁରୁତର

ସୋରଡା,୧୬ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅଧୀନ ଅମୃତୁଲୁ ଗ୍ରାମରେ ଗଣେଶ ଭସାଣି ବେଳେ ହୋଇଥିବା ଏକ ବଚସା ୩ ଦିନ ପରେ ଉଗ୍ରରୂପ ନେଇଛି। ଦୁଇ ଭାଇ କାତିରେ ଆକ୍ରମଣ କରିବାରୁ ଅନ୍ୟ ଏକ ପରିବାରର ବଡ଼ଭାଇଙ୍କ ମୃତ୍ୟୁ ଘଟିଥିବା ବେଳେ ସାନଭାଇ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାବୁ ସ୍ବାଇଁ। ତାଙ୍କ ସାନଭାଇ ଜିତୁ ସ୍ବାଇଁ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ପୋଲିସ ୨ ଅଭିଯୁକ୍ତ ଲିକୁନ ବିଶୋୟୀ ଓ ନିକୁ ବିଶୋୟୀଙ୍କୁ ଅଟକ ରଖିଛି।

ଅମୃତୁଲୁ ଗାଁରେ ଶୁକ୍ରବାର ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଯାଉଥିଲା। ଏହି ସମୟରେ ଗୋଟିଏ ପାଶ୍ୱର୍ର୍ରେ ଲିକୁନ ଓ ବାବୁ ଉଭୟେ ବାଇକ୍‌ରେ ଯାଉଥିବା ବେଳେ ସେମାନଙ୍କ ଗାଡି ସାମାନ୍ୟ ଘୋଷାରି ହୋଇଯାଇଥିଲା। ଏହାକୁ ନେଇ ବାବୁ ଗତ ରବିବାର ରାତିରେ ଲିକୁନଙ୍କ ଘରକୁ ଯାଇ ପାଟିତୁଣ୍ଡ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଆରମ୍ଭ ହୋଇ ହାତାହାତି ହୋଇଥିଲା। ଲିକୁନ ଓ ତାଙ୍କ ଭାଇ ନିକୁ ମିଶି ବାବୁଙ୍କୁ କାତିରେ ଆକ୍ରମଣ କରିଥିଲେ। ଏହାଦେଖି ବାବୁଙ୍କ ସାନଭାଇ ଜିତୁ ଅଟକାଇବାକୁ ଆସିବାରୁ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ମରଣାନ୍ତକ ଆକ୍ରମଣ ଫଳରେ ବାବୁ ଓ ଜିତୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡିଯାଇଥିଲେ। ପରିବାର ଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ୨ ଭାଇଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ବଡ଼ଭାଇ ବାବୁଙ୍କ ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ପରିବାର ଲୋକେ ସୋରଡା ଥାନାରେ ଏତଲା ଦେଇଛନ୍ତି। ସୋରଡା ଥାନାଧିକାରୀ ଅନିଲ କୁମାର ପରିଡା ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହ ୨ ଅଭିଯୁକ୍ତଙ୍କୁ ଅଟକ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri