ଆଜି ଖୋଲିପାରେ ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗ, କୋଠରି ରହସ୍ୟ

ପୁରୀ,୧୮ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍‌ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍‌ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍‌ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍‌ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ। ସେହିପରି ରତ୍ନଭଣ୍ଡାର ତଳେ ଗୁପ୍ତ କୋଠରୀ ରହିଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri