Posted inଜାତୀୟ

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ ଆମେ ମଧ୍ୟ ଏହାର ସପକ୍ଷରେ ଅଛୁ। ଆମେ ମଧ୍ୟ ଗୋଟିଏ ଦେଶ, ଦେଶରେ ଗୋଟିଏ ର୍ନିିାଚନ ଚାହୁଁଛୁ। ଦଳର ନେତା ରବିଦାସ ମେହେରୋତ୍ରା କହିଛନ୍ତି ଯେ ସମାଜବାଦୀ ପାର୍ଟି ମଧ୍ୟ ଏହାର ସପକ୍ଷରେ ଅଛି। ଏଥିପାଇଁ ଭାଜପା ସବୁ ଦଳର ନେତାଙ୍କ ଏକ ସର୍ବଦଳୀୟ ବୈଠକ ଡାକିବା ଉଚିତ୍‌। ସେ କହିଛନ୍ତି ଯେ ଗତ ୧୦ବର୍ଷ ଧରି ଭାଜପା କେବଳ ଏ ବିଷୟରେ ଆଲୋଚନା କରୁଛି ଏବଂ ଏହାକୁ ପ୍ରଚାର କରୁଛି। ୧୦ବର୍ଷ ଧରି କାହିଁକି ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ଅନୁଷ୍ଠିତ ହେଲା ନାହିଁ ବୋଲି ପ୍ରଶ୍ନ ଉଠିଛି। ବିଧାନସଭା ଓ ଲୋକ ସଭା ନିର୍ବାଚନ ଏକାସାଙ୍ଗରେ ଅନୁଷ୍ଠିତ ହେବା ଉଚିତ୍‌।
ୱାନ ନେସନ, ୱାନ ଇଲେକଶନରେ ବିଏସପି ସୁପ୍ରିମୋ ମାୟାବତୀ ମଧ୍ୟ ନିଜର ପ୍ରତିକ୍ରିୟା ଦେଇଛନ୍ତି। ମାୟାବତୀ ତାଙ୍କର ଏକ ଟୁଇଟରେ କହିଛନ୍ତି ଯେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥାରେ ଦେଶରେ ଏକକାଳୀନ ଲୋକ ସଭା, ବିଧାନସଭା ଏବଂ ସ୍ଥାନୀୟ ନିର୍ବାଚନ ଆୟୋଜନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଦେଇଥିବା ଅନୁମୋଦନ ଉପରେ ଆମ ଦଳର ଆଭିମୁଖ୍ୟ ସକରାତ୍ମକ ଅଟେ। କିନ୍ତୁ ଏହାର ଉଦ୍ଦେଶ୍ୟ ଦେଶ ତଥା ଜନସାଧାରଣଙ୍କ ସ୍ବାର୍ଥରେ ହେବା ଜରୁରୀ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର କହିଛନ୍ତି ଯେ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରଣାଳୀ ବ୍ୟବହାରିକ ନୁହେଁ। ସେ କହିଛନ୍ତି ଯେ ନିର୍ବାଚନ ସମୟରେ ଭାଜପା ବାସ୍ତବ ପ୍ରସଙ୍ଗରୁ ଧ୍ୟାନକୁ ଦୂରେଇ ରଖିବାକୁ ଚେଷ୍ଟା କରୁଛି। ସେ ଏହା ମଧ୍ୟ କହିଛନ୍ତି ଯେ ଏହି ବ୍ୟବସ୍ଥା କାମ କରିବ ନାହିଁ। ଖାର୍ଗେ କହିଛନ୍ତି, ’ଏହା ବ୍ୟବହାରିକ ନୁହେଁ, ଏହା ସ୍ଥାୟୀ ନୁହେଁ … ନିର୍ବାଚନ ସମୟରେ ଯେତେବେଳେ ପ୍ରସଙ୍ଗଗୁଡ଼ିକ ମେଳ ଖାଉ ନଥାଏ, ସେତେବେଳେ ଲୋକମାନେ ପ୍ରକୃତ ପ୍ରସଙ୍ଗରୁ ଧ୍ୟାନ ଦୂରେଇ ରଖିବା ପାଇଁ ଏହିପରି କଥା ହୁଅନ୍ତି।’
ସୂଚନାଯୋଗ୍ୟ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କହିଛନ୍ତି ଯେ ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ବର୍ତ୍ତମାନର କାର୍ଯ୍ୟକାଳ ମଧ୍ୟରେ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ କାର୍ଯ୍ୟକାରୀ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri