Posted inଜାତୀୟ

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି। ବୁଧବାର ଚନ୍ଦ୍ରାବାବୁ ନାଇଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କ ବିରୋଧରେ ଅଭିଯୋଗ କରି କହିଥିଲେ ଯେ, ପୂର୍ବ ସରକାର ସମୟରେ ତିରୁପତି ମନ୍ଦିରର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶିବା ଆରମ୍ଭ ହୋଇଥିଲା।

ଏକ କାର୍ଯ୍ୟକ୍ରମ ସମୟରେ ନାଇଡୁ କହିଥିଲେ ଯେ, ଘିଅ ପରିବର୍ତ୍ତେ, ପ୍ରସାଦରେ ପଶୁ ଚର୍ବି ଏବଂ ଖରାପ ଗୁଣବତ୍ତା ଜିନିଷ ବ୍ୟବହାର କରାଯାଉଥିଲା। ଆମେ ଏଥିରେ ଅସଲି ଘିଅ, ପରିଷ୍କାର ପରିଚ୍ଛନ୍ନତା ଏବଂ ଉତ୍ତମ ଗୁଣର ଯତ୍ନ ନିଆଯିବା ଆମେ ନିଶ୍ଚିତ କରିଛୁ।

ନାଇଡୁଙ୍କ ଏହି ବୟାନ ଉପରେ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟି YSRCP ପ୍ରତିକ୍ରିୟା ଦେଇଛି। ଏଥିରେ କୁହାଯାଇଛି ଯେ ଚନ୍ଦ୍ରବାବୁ ନାଇଡୁ ତିରୁମାଲାର ମନ୍ଦିରର ପବିତ୍ରତା ଏବଂ କୋଟି କୋଟି ହିନ୍ଦୁଙ୍କ ବିଶ୍ୱାସକୁ କ୍ଷତି ପହଞ୍ଚାଇ ଏକ ବଡ଼ ପାପ କରିଛନ୍ତି। ତିରୁମାଲା ପ୍ରସାଦ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ମନ୍ତବ୍ୟ ଅତ୍ୟନ୍ତ ଅଯୌକ୍ତିକ। ମଣିଷ ଭାବରେ ଜନ୍ମିତ କୌଣସି ବ୍ୟକ୍ତି ଏପରି ଶବ୍ଦ କୁହନ୍ତି ନାହିଁ କିମ୍ବା ଏପରି ଅଭିଯୋଗ କରନ୍ତି ନାହିଁ। ପୁଣିଥରେ ଏହା ପ୍ରମାଣିତ ହୋଇଛି ଯେ ଚନ୍ଦ୍ରବାବୁ ରାଜନୀତି ପାଇଁ କିଛି କରିବାକୁ ଦ୍ୱିଧା କରିବେ ନାହିଁ।

ରେଡ୍ଡୀ କହିଛନ୍ତି ଯେ ଭକ୍ତଙ୍କ ବିଶ୍ୱାସକୁ ଅଧିକ ମଜବୁଥ୍ କରିବା ପାଇଁ ମୁଁ ଏବଂ ମୋ ପରିବାର ତିରୁମାଲା ପ୍ରସାଦ ମାମଲାରେ ଶପଥ ନେବାକୁ ପ୍ରସ୍ତୁତ। ଚନ୍ଦ୍ରବାବୁ ମଧ୍ୟ ତାଙ୍କ ପରିବାର ସହିତ ଶପଥ ନେବାକୁ ପ୍ରସ୍ତୁତ କି?


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri