ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମର କ୍ୟାମେରା ଆଗରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର ଉଦ୍ୟମ କରିଥିଲେ।”

https://www.youtube.com/watch?v=siCP256I55g


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri