Posted inଜାତୀୟ

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ ହେଉଛି। ଏପରିକି ସର୍ବଭାରତୀୟ ସ୍ତରରେ ଥିବା ରିଲାଏନ୍ସ ଡିଜିଟାଲା ଅଫ୍‌ଲାଇନ ଷ୍ଟୋର (ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌) ଏବଂ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ଉପଲବ୍ଧ ଥିଲାବେଳେ ଆଶାୟୀ ଗ୍ରାହକମାନେ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ପ୍ଲାଟ୍‌ଫର୍ମରେ ପ୍ରି ବୁକିଂ କରିପାରିବେ। ଏପରିକି ରିଲାଏନ୍ସ ଡିଜିଟାଲ ଗ୍ରାହକଙ୍କ ଦ୍ୱାରା ପ୍ରାକ୍‌-ବୁକିଂ କରାଯାଇଥିବା ଠିକ୍‌ ଭାରିଆଣ୍ଟର ଡେଲିଭରି ଗ୍ୟାରେଣ୍ଟି ପ୍ଲାଟ୍‌ଫର୍ମ ପକ୍ଷରୁ ଦିଆଯାଇଛି। ଯଦି ରିଟେଲର ଏହି ପ୍ରତିଶ୍ରୁତି ପୂରଣ କରିବାରେ ଅସମର୍ଥ ହୁଅନ୍ତି, ତେବେ ପ୍ରାକ୍‌ ବୁକିଂ ରାଶିର ୨ଗୁଣା ଅର୍ଥ ଫେରସ୍ତ ପାଇଁ ମଧ୍ୟ ପ୍ରତିଶ୍ରୁତି ଦିଆଯାଉଛି। ଅପରପକ୍ଷରେ ଆଇଫୋନ୍‌-୧୬ ରେଞ୍ଜ ପାଇଁ ସବୁ ବର୍ଗର ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି ବୋଲି ଉଭୟ ବ୍ରାଣ୍ଡ୍‌ ଓ ପ୍ଲାଟ୍‌ଫର୍ମ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ଆଇଫୋନ୍‌-୧୬ରେଞ୍ଜର ପ୍ରାକ୍‌ ବୁକିଂ ରିଲାଏନ୍ସ ଡିଜିଟାଲ ପ୍ଲାଟ୍‌ଫର୍ମରେ ଆଶାତୀତ ଭାବେ ବୃଦ୍ଧି ପାଇଛି। ଏପରିକି ଗତ ବର୍ଷ ତୁଳନାରେ ଚଳିତ ବର୍ଷ ପ୍ଲାଟ୍‌ଫର୍ମରେ ୨ ଗୁଣା ଅଧିକ ହୋଇଛି ବୋଲି ରିଲାଏନ୍ସ ଡିଜିଟାଲ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ସେହିଭଳି ବଜାର ଚାହିଦାରେ ଅତ୍ୟଧିକ ବୃଦ୍ଧି ସତ୍ତ୍ୱେ କମ୍ପାନୀ ତା’ର ପ୍ରାକ୍‌ ବୁକ୍ତି ପ୍ରତିଶ୍ରୁତି ପୂରଣ କରିବା ନେଇ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତି ରହିଛି। ଆଶାୟୀ ଗ୍ରାହକମାନେ ମଧ୍ୟ ରିଲାଏନ୍ସ ଡିଜିଟାଲ ଷ୍ଟୋରରୁ କିମ୍ବା ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ଆଇଫୋନ୍‌-୧୬ ରେଞ୍ଜର ମଡେଲ କିଣିବାକୁ ଅପେକ୍ଷାକରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri