ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଶେଷ କରିବାକୁ ଏ.ଏସ୍‌.ଆଇ ମହାନିଦେ୍ର୍ଦଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ି ପତ୍ର ଲେଖି ଅନୁରୋଧ କରିଥିଲେ।

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏସ୍‌ଓପି ଅନୁସାରେ ଏହି ସର୍ଭେ କରାଯିବ । ତେଣୁ ତିନିଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ଏବଂ ସେବା ପୂଜାରେ ବ୍ୟାଘାତ ନ କରି ନିରୀକ୍ଷଣ ପ୍ରକ୍ରିୟା କରିବା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ବିଶେଷ ନୀତିନିର୍ଘଣ୍ଟ ଅନୁସାରେ, ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ଆସନ୍ତା ମଙ୍ଗଳବାରଠାରୁ ଦଶହରା (୧୬ ପୂଜା) ଆରମ୍ଭ ହେବ।

ତେବେ ଗତ ବୁଧବାର ରତ୍ନଭଣ୍ଡାରର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା ସହ ଲେଜର ସ୍କାନିଂ କରି ଫେରିଛନ୍ତି। ରତ୍ନଭଣ୍ଡାର ତଦାରଖ କରି ଫେରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଥିଲେ କି ଯାଞ୍ଚ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନି। ଆଗକୁ ରାଡାର ସର୍ଭେ ହେବ। ସମସ୍ତ ଯାଞ୍ଚ ସରିବା ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ସେହିପରି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ରାଡାର ସର୍ଭେ ପରେ ସଠିକ୍‌ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri