ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆଜି ମଧ୍ୟ ଏକ ଭିଡିଓ ସୋସିଆଲ ମିଡିଆରେ ଘୂରି ବୁଲୁଛି।

ମେଜର ଏବଂ ତାଙ୍କ ବାନ୍ଧବୀ ଥାନାକୁ ଆସିବା ପୂର୍ବରୁ କିଛି ରୋଡ୍‌ ରୋମିଓଙ୍କ ଆକ୍ରମଣର ଶିକାର ହେବାର ଦୃଶ୍ୟ ଭାଇରାଲ ହେଉଛି। ମୋବାଇଲରୁ ମୋବାଇଲକୁ ଘୂରି ବୁଲିଥିବା ଏହି ଭାଇରାଲ ଭିଡିଓରେ ଯୁବକ ଚନ୍ଦକା ଥାନା ଅନ୍ତର୍ଗତ ପଥରଗାଡ଼ିଆ ନିକଟରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ଗାଡ଼ିକୁ ଅଟକାଇ ସେମାନଙ୍କ ସହ ଯାହା କରିଥିଲେ, ସେ ଦୃଶ୍ୟ ରହିଛି। ଭିଡିଓରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ କିଛି ଯୁବକ ଘେରି ଯାଇଛନ୍ତି, ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଛି କିଛି ସମୟ ପରେ ଯୁବକମାନେ ସେମାନଙ୍କୁ ଠେଲାପେଲା କରିବା ସହିତ ଧକ୍କା ଓ ଗୋଇଠା ମାରି ଆକ୍ରମଣ କରିଛନ୍ତି।

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ର୍ଦୁବ୍ୟବହାର ଓ ନିର୍ଯାତନା ମାମଲା ଯେତିକି ଚର୍ଚ୍ଚା ହେଉଥିଲା ପୀଡ଼ିତାଙ୍କ ବୟାନ ଶୁଣିବା ପରେ ଦିଲ୍ଲୀଠାରୁ ପଲ୍ଲୀ ଯାଏ, ସବୁଠି ପୋଲିସକୁ ନିନ୍ଦା କରାଯାଉଛି। ଯଦି ପୀଡ଼ିତାଙ୍କ ବୟାନରେ ସତ୍ୟତା ଥାଏ, ତାହା ନିଶ୍ଚିତପକ୍ଷେ ଏକ ଜଘଣ୍ୟକାଣ୍ଡ। ଯଦି ତାଙ୍କ ବୟାନ ମିଛ ହୋଇଥାଏ, ତେବେ ପୋଲିସ ତାହାକୁ ମିଥ୍ୟା ପ୍ରମାଣିତ କରିପାରିବନାହିଁ। କାରଣ ପୋଲିସ ପାଖରେ ସିସିଟିଭି ନାହିଁ। ଆଇନ ଅନୁସାରେ, ପୀଡ଼ିତାଙ୍କ ବୟାନ ହିଁ ଜଣକୁ ଦୋଷୀ ସଜେଇବା ପାଇଁ ଯଥେଷ୍ଟ। ତେବେ ଏକ ହାଇବଜେଟ ମଡେଲ ଥାନାରେ ପୋଲିସ କାହିଁକି ସିସିଟିଭି ଲଗାଇ ନ ଥିଲା? ତାହା ମଧ୍ୟ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଅନ୍ୟପକ୍ଷରେ ଭରତପୁର ଘଟଣାକୁ ସାରାଦେଶ ନିନ୍ଦା କରିବା ପରେ ପୋଲିସ ଏବେ ଆତ୍ମରକ୍ଷା ପାଇଁ ଉଦ୍ୟମ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନକୁ ମିଛ ପ୍ରମାଣିତ କରିବା ଲାଗି ପୋଲିସ ବାର୍‌, ରେଷ୍ଟ୍ୟୁରାଣ୍ଟ ଓ ରାସ୍ତାରେ ଲାଗିଥିବା ସିସିଟିଭି ଫୁଟେଜ୍‌ ସଂଗ୍ରହ କରି ମିଡିଆକୁ ଦେଉଛି । ଯଦିଓ ଏଥିରୁ ଥାନାରେ ସେଦିନ କ’ଣ ଘଟିଲା ଜଣାପଡ଼ିବ ନାହିଁ, ଯଥାପି ପୀଡ଼ିତାଙ୍କ ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିବା ଓ ନିଜକୁ ସ୍ବଚ୍ଛ ବୋଲି ଦାବି କରିବା ପାଇଁ ଏହା କିଛି ମାତ୍ରାରେ ସହଯୋଗ କରିବ ବୋଲି ପୋଲିସ ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri