ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ, କ୍ରୀଡ଼ାବିତ୍‌ ତଥା ବିଶିଷ୍ଟ ଲୋକଙ୍କ ସହିତ ମର୍ନି ଓ୍ବାକ୍‌ କରିବା ସହ ଚା’ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଷ୍ଟାଡିୟମରେ ମର୍ନି ଓ୍ବାକ୍‌ କରିବା ସହ ଆଲୋଚନା କରିଥିଲେ। କ୍ରୀଡା କ୍ଷେତ୍ରରେ ଭିତ୍ତି ଭୂମିର ଅଭାବ ଓ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ସ୍ବତନ୍ତ୍ର ଭାବେ ସାମିଲ ହେବାକୁ ବିଭିନ୍ନ ସଙ୍ଗଠନ, କ୍ଲବର ସଦସ୍ୟମାନଙ୍କୁ ଆମନ୍ତ୍ରଣ କରାଯାଇଥିଲା। ସେହିପରି ଯେଉଁଠି ମୋହନ ବିଧାୟକ ଥିବା ସମୟରେ ଆଗରୁ ସବୁବେଳେ ଚା’ ପିଅନ୍ତି ସେଠାରେ ଚା’ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ବିଦେଶୀଙ୍କ ଦୋକାନରୁ ନାଲି ଚା’ ପିଇଥିଲେ। ଏହା ପୂର୍ବରୁ ବିଦେଶୀଙ୍କ ଚା’ ଦୋକାନକୁ ସୁସଜ୍ଜିତ କରି ନୂଆ ରୂପ ଦିଆଯାଇଥିଲା। ତାଙ୍କ ଦୋକାନରୁ ଆଗରୁ ନାଲି ଚା’ ପିଇଥିଲେ। ସେହିପରି ଆଜି କିନ୍ତୁ ମୁଖ୍ୟମନ୍ତ୍ରୀ ଭାବେ ଚା’ ପିଇଲେ। ଏଣୁ ବହୁତ୍ ଖୁସି ବୋଲି ବିଦେଶୀ କହିଥିଲେ। ଏହା ପରେ ଟିକି ଚା’ ଦୋକାନରେ ସମସ୍ତଙ୍କ ସହିତ ଚା’ ପିଇଥିଲେ। ସେଠାରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର ଖେଲୋ ଇଣ୍ଡିଆ ଭଳି ଯୋଜନା କରି ରାଜ୍ୟରେ କ୍ରୀଡ଼ାକୁ ପ୍ରୋତ୍ସାହିତ କରିବା ସହ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ହେବ, ଅଧିକ ପ୍ରତିଭା ସୃଷ୍ଟି କରାଯିବ ସେ ନେଇ ସରକାର ପଦକ୍ଷେପ ନେଉଥିବା କହିଥିଲେ। ମୁଁ ବି ଜଣେ ଖେଳାଳି। ମୁଁ ଫୁଟବଲ୍‌, କ୍ରିକେଟ ଖେଳୁଥିଲି। ଭଲ ଭଲିବଲ ବି ଖେଳୁଥିଲି। ଏନେଇ କେନ୍ଦୁଝରରେ ଜାତୀୟସ୍ତରର ଷ୍ଟାଡ଼ିୟମ କରିବାକୁ ପ୍ରୟାସ ମଧ୍ୟ କରିଛନ୍ତି ଏବଂ ବିଧାୟକ ଥିବା ବେଳେ ଦାବି କରି ଆସୁଛି ବୋଲି କହିଥିଲେ। କିନ୍ତୁ ପୂର୍ବ ସରକାର ଏଥିପ୍ରତି ଧ୍ୟାନ ଦେଇ ନ ଥିଲେ। ହେଲେ ଏବେ କେନ୍ଦୁଝରରେ ଷ୍ଟାଡ଼ିୟମ ହେବ। ପ୍ରତି ପଞ୍ଚାୟତରେ ହେବ ମିନି ଷ୍ଟାଡିୟମ। ଏନେଇ ଜିଲାପାଳ ଓ ଜିଲା ପ୍ରଶାସନ ସହ ଆଲୋଚନା ସରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri