ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। କର୍ମୀ ଜଣକ ଗୁରୁତର ହୋଇ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ ପୋଲିସ ପକ୍ଷରୁ ଏଯାବତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ବାଲେଶ୍ୱର ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଏସ୍‌ପି ସାଗରିକା ନାଥଙ୍କୁ ଭେଟି ଦାବିପତ୍ର ପ୍ରଦାନ କରାଯାଇଛି।

ସିଂଲା ଥାନା ଅଧୀନ ମହାପଦା ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ଊର୍ମିଳା ସାମଲ ଗତ ୧୯ ତାରିଖ କେନ୍ଦ୍ର ପରିଚାଳନା କରୁଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ କେନ୍ଦ୍ରକୁ ଯାଇ ହୋ-ହଲ୍ଲା କରିଥିଲେ। କର୍ମୀ ଜଣଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଏତଲାରେ ଦର୍ଶାଯାଇଛି। ଖବରପାଇ ସିଡିପିଓ ପାର୍ବତୀ ମୁର୍ମୁ ଓ ସଂଘର କର୍ମକର୍ତ୍ତା ଘଟଣାସ୍ଥଳରେ ପହଞ୍ଚିଥିଲେ। ହେଲେ କୌଣସି ସମାଧାନ ହୋଇପାରି ନ ଥିଲା। କର୍ମୀଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୧୬୩/୨୪) ରୁଜୁ କରି ତଦନ୍ତ କରୁଛି। ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ସଂଘର ଜିଲା ସଭାପତି ପ୍ରତିଭା ପାଲ ଓ ଜିଲା ସମ୍ପାଦିକା ଲକ୍ଷ୍ମୀପ୍ରିୟା ଦାସଙ୍କ ନେତୃତ୍ୱରେ ସଦସ୍ୟାମାନେ ଜିଲାପାଳ ଓ ଏସ୍‌ପିଙ୍କୁ ଭେଟି ନ୍ୟାୟ ଦାବି କରିଛନ୍ତି।

ସୂଚନା ଯେ, ଆକ୍ରମଣକାରୀମାନେ ଉକ୍ତ ଅଙ୍ଗନୱାଡ଼ି କର୍ମୀଙ୍କୁ ‘ସୁଭଦ୍ରା’ କାର୍ଯ୍ୟକ୍ରମରେ ସାମିଲ ନ ହେବାକୁ ତାଗିଦ୍‌ କରିଥିଲେ। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କର୍ମୀଜଣକ କାର୍ଯ୍ୟ କରିଥିବାରୁ ଆକ୍ରୋଶ ମୂଳକ ଭାବେ ସେମାନେ ମାଡ଼ ମାରିଥିବା ନେଇ ଜିଲାପାଳଙ୍କଠାରେ ଅଭିଯୋଗ ହୋଇଛି। ଅପରପକ୍ଷରେ କେନ୍ଦ୍ରରେ ଜଣେ ପିଲାଙ୍କୁ କର୍ମୀ ଜଣଙ୍କ ବିଳମ୍ବିତ ସମୟ ପର୍ଯ୍ୟନ୍ତ ରଖିବା ଏବଂ ଅଣ୍ଡା ନ ଦେବାକୁ ନେଇ ଏଭଳି ଘଟଣା ଘଟିଥିବା ନେଇ ଆକ୍ରମଣକାରୀମାନେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri