ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇ ଭୁବନେଶ୍ୱର ବନ୍ଦ ପାଳନ କରିବ ବିଜେଡି।
ତେବେ ବିଜେଡିର ହରତାଳ ଡାକରାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୧୦୦ ଦିନରେ ସରକାରଙ୍କ ସଫଳତାକୁ ବିଜେଡି ସହ୍ୟ କରିପାରୁନି। ୨୪ ବର୍ଷ ପରେ ବିରୋଧୀ ଆସନରେ ବସିଥିବା ବିଜେଡି ସହ୍ୟ କରିପାରୁନି।ସେମାନଙ୍କ ସମୟରେ ଘଟିଥିବା ଘଟଣାକୁ ମନେ ପକାଇଲେ ଲଜ୍ଜିତ ହେବେ, ଅନେକ ଘଟଣାରେ ବିଜେଡିର ନିର୍ବାଚିତ ପ୍ରତିନିଧିଙ୍କ ନାଁ ସାମ୍ନାକୁ ଆସିଥିଲା। ସେହି ସମୟରେ ବିଜେଡି ରାଜଧର୍ମ ପାଳନ କରିଥିଲେ ଏଭିଳି ହୋଇନଥାନ୍ତା ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି। ଆଦର୍ଶ ଥାନା ନୁହେଁ ବରଂ ଆଦର୍ଶ ପୋଲିସ ଭାଜପା ତିଆରି କରିବ।

ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇଏହି ବନ୍ଦ ଡାକରା କରାଯାଇଛି ବୋଲି କହିଛନ୍ତି ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର । ଏଥିସହ ବିଜେଡି ସଭାପତି ନବୀନ ପଟ୍ଟନାୟକ SIT ତଦନ୍ତ ପାଇଁ କହିଛନ୍ତି ।

ବିଜେଡ଼ି ନେତାଙ୍କ କହିବା ଅନୁସାରେ, ଘଟଣାକୁ ଚପାଇ ଦିଆଯାଉଛି। ୧୪ ତାରିଖରେ ଘଟଣା ଘଟିଲା। ଯଦି ସରକାର ନ ଜାଣିଥିଲେ ହାଇକୋର୍ଟରେ ଜାମିନ ଦେବା ପୂର୍ବରୁ କାହିଁକି ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଗଲା। କୋର୍ଟ ବେଲ ଦେବା ପର୍ଯ୍ୟନ୍ତ ଘଟଣା ସାମ୍ନାକୁ ଆସିନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri