ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକବର୍ଦ୍ଦନ ସିଂଦେଓଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଅଛନ୍ତି।

ଅନ୍ୟପକ୍ଷରେ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି। ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

ସୂଚନାଯୋଗ୍ୟ, ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁଭନ୍ସଙ୍କ ସହ ଅଙ୍କିତା ଫେରୁଥିଲେ। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଉଭୟେ ଭରତପୁର ଥାନାକୁ ଯାଇଥିଲେ। ସେତେବେଳେ ଥାନାରେ ନାଇଟ୍‌ ଡ୍ରେସ୍‌ ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଗାଳିଗୁଲଜ କରିଥିବା ଅଙ୍କିତା ତାଙ୍କ ଅଭିଯୋଗ ଦର୍ଶାଇଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁଭନ୍ସଙ୍କୁ ହାଜତରେ ପୂରାଇଦେଲେ। ଅଙ୍କିତା ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ତାଙ୍କୁ ଘୋଷାଡ଼ି ପିଟିଥିଲେ ବୋଲି ଅଙ୍କିତ ପୂର୍ବରୁ ଅଭିଯୋଗ କରିଥିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଳ ତାଙ୍କ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲେ। ଏହାପରେ ସେମାନେ ଅଙ୍କିତାଙ୍କ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଇଥିଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍‌ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ ବୋଲି ଅଙ୍କିତା ଅଭିଯୋଗ କରିବା ପରେ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri