ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର।
ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ପ୍ରତିନିଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଆଲୋଚନା ସକାରାତ୍ମକ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପୀ ବାପା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ  ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି  ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି  ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଭେଟିଥିବା ବେଳେ  ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ।
ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ବିଜେଡି ମଧ୍ୟ ମଙ୍ଗଳବାର ପାଇଁ ଦେଇଥିବା ହରତାଳ ଡାକରାକୁ ପ୍ରତ୍ୟାହାର କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri