ବିଦ୍ୟାଳୟରେ ଶିକ୍ଷୟିତ୍ରୀଙ୍କ ଗୋଡ଼ ମୋଡ଼ି ଦେଉଛନ୍ତି ଛାତ୍ରୀ! ଭିଡିଓ ଭାଇରାଲ୍ 

କଟକ,୨୫।୯: ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତିରଣପଡା ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରୀ ଶିକ୍ଷୟିତ୍ରୀଙ୍କ ଗୋଡ଼ ମୋଡ଼ି ଦେଉଥିବାର ଭିଡିଓ ଭାଇରାଲ ହୋଇଛି। ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଘଟଣାର ଏକ ଭିଡିଓ ଭାଇରାଲ ହୋଇଥିବା ଜଣାପଡିଛି।
ଭିଡିଓରେ ଶିକ୍ଷୟିତ୍ରୀ ଜଣକ ଚଟାଣରେ ସୋଇଥିବା ନଜର ଆସିଛନ୍ତି ଏବଂ ଜଣେ ଛାତ୍ରୀ ତାଙ୍କ ପାଦ ମାଲିସ୍ କରୁଥିବା ଦେଖିବାକୁ ମିଳିଛି। ସେହିପରି ଅନ୍ୟ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଜଣାପଡିଛି ଯେଉଁଥିରେ ଶିକ୍ଷୟିତ୍ରୀ ଜଣକ ଛାତ୍ରୀଛାତ୍ରମାନଙ୍କୁ ମାଡ ମାରୁଥିବାର ନଜର ଆସିଛନ୍ତି। ଫଳରେ ଏହି ଭିଡିଓଗୁଡିକ ସେହି ଅଞ୍ଚଳର ଅଭିଭାବକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି।
ସ୍ଥାନୀୟ ବାସିନ୍ଦାଙ୍କ କହିବାନୁସାରେ, ବିଦ୍ୟାଳୟର ଅନ୍ୟ ଜଣେ ଶିକ୍ଷକ, ଯାହାଙ୍କର ଶିକ୍ଷୟିତ୍ରୀଙ୍କ ସହିତ ଶତ୍ରୁତା ଥିବାରୁ ଭିଡିଓକୁ ସୁଟ୍ କରି ଭାଇରାଲ କରିଛନ୍ତି। ତେବେ ଭିଡିଓରେ ଦେଖାଯାଇଥିବା ମହିଳା ଜଣେ ଭଲ ଶିକ୍ଷୟିତ୍ରୀ ଅଟନ୍ତି ଏବଂ ଅନ୍ୟ ଜଣେ ଶିକ୍ଷକ ଉଦ୍ଦେଶ୍ୟମୂଳକ ଭାବରେ ଭିଡିଓ ଭାଇରାଲ କରିଛନ୍ତି ବୋଲି କିଛି ସ୍ଥାନୀୟ ବାସିନ୍ଦା ମତ ଦେଇଛନ୍ତି।
ଖବର ଅନୁଯାୟୀ, ଏବିଡିଓ ଘଟଣା ସମ୍ପର୍କରେ ତଦନ୍ତ କରିବା ପାଇଁ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ତେବେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଏବିଡିଓଙ୍କ ଠାରୁ ଏସମ୍ପର୍କରେ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri