Posted inଜାତୀୟ

ସିବିଆଇକୁ କବାଟ କିଳିଦେଲା କର୍ନାଟକ

ବେଙ୍ଗାଲୁରୁ,୨୭ା୯:ମହୀଶୂର ଅର୍ବାନ୍‌ ଡେଭେଲପ୍‌ମେଣ୍ଟ ଅଥରିଟି (ମୁଦା) ଜମି ଆବଣ୍ଟନ ବିବାଦ ମୁଣ୍ଡ କେଟିଥିବାବେଳେ ଗୁରୁବାର କର୍ନାଟକର କଂଗ୍ରେସ ସରକାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ଠାରୁ ଜେନେରାଲ କନ୍‌ସେଣ୍ଟ ବା ସାଧାରଣ ସହମତି ପ୍ରତ୍ୟାହାର କରିଛନ୍ତି। ସିବିଆଇ ଉପରେ ଏହି ପ୍ରବେଶ କଟକଣା ଜାରି ହେବା ପରେ ଏଣିକି ତଦନ୍ତକାରୀ ସଂସ୍ଥାକୁ କର୍ନାଟକ ଯିବାକୁ ହେଲେ ପ୍ରତି ମାମଲା ଲାଗି ସିଦ୍ଦାରାମାୟା ସରକାରଙ୍କ ଅନୁମତି ନେବାକୁ ପଡ଼ିବ।
ବିରୋଧୀ ଭାଜପା ମୁଦା ଜମି ଆବଣ୍ଟନ ମାମଲାର ସିବିଆଇ ତଦନ୍ତ ଦାବି କରିଥିବାବେଳେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ଅଧ୍ୟକ୍ଷତାରେ ବେଙ୍ଗାଲୁରୁରେ ଏକ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ସିବିଆଇଠାରୁ ଜେନେରାଲ କନ୍‌ସେଣ୍ଟ ପ୍ରତ୍ୟାହାର ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାର କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଦୁରୁପଯୋଗ କରି ବିରୋଧୀଙ୍କ ପଛରେ ଲଗାଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ବୈଠକ ପରେ ରାଜ୍ୟର ଆଇନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଏଚ୍‌.କେ. ପାଟିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପାଟିଲ କହିଛନ୍ତି, କେନ୍ଦ୍ର ହେଉ କି ସିବିଆଇ ନିଜ କ୍ଷମତାର ବିବେକାନୁମୋଦିତ ଉପଯୋଗ କରୁନାହାନ୍ତି। ତେବେ ସିଦ୍ଦାରାମାୟାଙ୍କ ସ୍ତ୍ରୀଙ୍କ ନାମରେ ୧୪ଟି ସ୍ଥାନ ଆବଣ୍ଟନ ସମ୍ପର୍କିତ ଅଭିଯୋଗ ସହ ଏହି ନିଷ୍ପତ୍ତିର କୌଣସି ସମ୍ପର୍କ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଦିଲ୍ଲୀ ସ୍ପେଶାଲ ପୋଲିସ ଏଷ୍ଟାବ୍ଲିଶ୍‌ମେଣ୍ଟ ଆକ୍ଟ, ୧୯୪୬ର ଧାରା ୬ ଅନୁସାରେ ସିବିଆଇକୁ ତଦନ୍ତ ପାଇଁ କୌଣସି ରାଜ୍ୟକୁ ଯିବାକୁ ହେଲେ ଜେନେରାଲ କନ୍‌ସେଣ୍ଟ ନ ଥିଲେ ସମ୍ପୃକ୍ତ ରାଜ୍ୟର ସରକାରଙ୍କ ପୂର୍ବ ଅନୁମତି ନେବାକୁ ପଡ଼ିଥାଏ। ପଶ୍ଚିମବଙ୍ଗ, କେରଳ ଓ ତାମିଲନାଡୁ ଭଳି ଜେନେରାଲ କନ୍‌ସେଣ୍ଟ ପ୍ରତ୍ୟାହାରକାରୀ ଅଣଭାଜପା ଶାସିତ ରାଜ୍ୟଗୁଡ଼ିକର ତାଲିକାରେ କର୍ନାଟକ ଏବେ ସାମିଲ ହୋଇଛି। ଏକ ସ୍ବତନ୍ତ୍ର କୋର୍ଟ ସିଦ୍ଦାରାମାୟାଙ୍କ ବିରୋଧରେ ମୁଦା ମାମଲାର ତଦନ୍ତ ଲୋକାୟୁକ୍ତ ପୋଲିସକୁ ଦେବାର ଦିନକ ପରେ କର୍ନାଟକ ସରକାର ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି। ଭାଜପା ସିଦ୍ଦାରାମାୟାଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଜାରି ରଖିଥିବାବେଳେ ସେ ଏହାକୁ ଉଦ୍ଦେଶ୍ୟ ପ୍ରଣୋଦିତ କହି ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri