ଭାରତକୁ ସମର୍ଥନ ଦେଲା ଫ୍ରାନ୍ସ: ଟେନ୍‌ସନ୍‌ରେ ଚାଇନା-ପାକିସ୍ତାନ

ପ୍ୟାରିସ୍‌,୨୬।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସମର୍ଥନ କରିଛନ୍ତି। ଜାତିସଂଘ ସଂସ୍ଥାର ସମ୍ପ୍ରସାରଣକୁ ସମର୍ଥନ କରିଛନ୍ତି। ନ୍ୟୁୟର୍କରେ ମିଳିତ ଜାତିସଂଘର ସାଧାରଣ ସଭାରେ ମାକ୍ରୋନ କହିଛନ୍ତି, ଆମର ଏକ ସୁରକ୍ଷା ପରିଷଦ ଅଛି ଯାହାକୁ ଆମେ ଅଧିକ ପ୍ରଭାବଶାଳୀ କରିବା ଆବଶ୍ୟକ। ଆହୁରି ଅଧିକ ପ୍ରତିନିଧୀ ବଢାବାକୁ ପଡିବ। ତେଣୁ ଫ୍ରାନ୍ସ ସୁରକ୍ଷା ପରିଷଦର ସମ୍ପ୍ରସାରଣ ସପକ୍ଷରେ ଅଛି। ଜର୍ମାନୀ, ଜାପାନ, ଭାରତ ଏବଂ ବ୍ରାଜିଲ ସ୍ଥାୟୀ ସଦସ୍ୟ ହେବା ଉଚିତ। ଏହି ବିବୃତ୍ତି ପରେ ଚାଇନା ଏବଂ ପାକିସ୍ତାନ ଟେନ୍‌ସନ୍‌ରେ ପଡିଯାଇଛନ୍ତି। କାରଣ ଦୁହେଁ ବିଶ୍ୱ ସଦସ୍ୟ ଭାବରେ ଏକ ଉଦୀୟମାନ ଦେଶ ଭାବରେ ଭାରତ ସ୍ଥାୟୀ ସଦସ୍ୟତା ପାଉ ସେମାନେ ଚାହୁଁନାହାଁନ୍ତି।

ମିଳିତ ଜାତିସଂଘରେ ସୁରକ୍ଷା ପରିଷଦରେ ଦୀର୍ଘ ଦିନ ଧରି ଚାଲିଥିବା ସଂସ୍କାରକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଭାରତ ଅଗ୍ରଭାଗରେ ରହିଆସିଛି ଏବଂ ମିଳିତ ଜାତିସଂଘର ସର୍ବୋଚ୍ଚ ଫୋରମରେ ଏହା ଏକ ସ୍ଥାୟୀ ଆସନ ପାଇବା ଉଚିତ୍‌।

ବର୍ତ୍ତମାନ ସୁରକ୍ଷା ପରିଷଦରେ ୫ଟି ସ୍ଥାୟୀ ସଦସ୍ୟ ଏବଂ ୧୦ଟି ଅସ୍ଥାୟୀ ସଦସ୍ୟ ଦେଶ ଅଛନ୍ତି। ଏମାନେ ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ଦୁଇ ବର୍ଷ ପାଇଁ ନିର୍ବାଚିତ ହୋଇଛନ୍ତି। ୫ ସ୍ଥାୟୀ ସଦସ୍ୟ ହେଉଛନ୍ତି ରୁଷିଆ, ବ୍ରିଟେନ, ଚାଇନା, ଫ୍ରାନ୍ସ ଏବଂ ଆମେରିକା ଏବଂ ଏହି ଦେଶଗୁଡିକ ଯେକୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଭେଟୋ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri