ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ

କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଆୟୋଜିତ ଉତ୍ସବରେ ଜିଲାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି ଘୋଷଣା କରିଥିଲେ। ଯାହା ଏହି ଅଞ୍ଚଳବାସୀଙ୍କ ପାଇଁ ଆଶ୍ୱାସନାର ବିଷୟ ହୋଇଛି। ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ ଏହି ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ଏହି କ୍ଷେତ୍ରର ରାଜନଗର ବଗପାଟିଆରେ ଅବସ୍ଥିତ ପଞ୍ଚୁବରାହୀ ମନ୍ଦିରରେ କେବଳ ଦଳିତ ମହିଳା ହିଁ ପୂଜା କରନ୍ତି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ ଏହାକୁ ଏକ ଶିଳ୍ପର ମାନ୍ୟାତା ପାଇଁ ଉଦ୍ୟମ ହୋଇନାହିଁ। ପର୍ଯ୍ୟଟନ ଶିଳ୍ପ ସହ କର୍ମନିଯୁକ୍ତିକୁ ଯୋଡିବାକୁ ସ୍ଥାନୀୟ ପ୍ରଶାସକ ଓ ରାଜନେତା ସମ୍ବେଦନଶୀଳ ନୁହନ୍ତି। ଧାର୍ମିକ ସ୍ଥଳର ଉନ୍ନତୀକରଣର ଆବଶ୍ୟକତା ଥିବାବେଳେ ବିଭିନ୍ନ କାରଣରୁ ଭିତରକନିକା ଜାତୀୟ ଉଦ୍ୟାନ ମାନ୍ୟତାରୁ ବଞ୍ଚତ୍ତ ହେବା ସମ୍ଭାବନା ଦେଖାଦେଇଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କହିଛନ୍ତି, ଇଚ୍ଛାପୁରର ଶ୍ରୀବଳଦେବଜୀଉ, ସହରର ଗୋବିନ୍ଦଜୀଉ, ତମାଳଶାସନର ଦଧିବାମନ ଜୀଉ, ସନ୍ଥପୁରାର ଶିବ ମନ୍ଦିର, ଆଳିର ଲକ୍ଷ୍ମୀବରାହ ଜୀଉ ମନ୍ଦିର, କୁଦାନଗରୀ, ସଖୀବଟ, ଗଦାଧର ପୀଠ, କର୍ତ୍ତେଶ୍ୱର ମନ୍ଦିର, ଅନ୍ଧବର, ଗୋଠେଶ୍ୱର ପୀଠ, ହୁକିଟୋଲା, ବତିଘର ଆଦିକୁ ରାଜ୍ୟ ପର୍ଯ୍ୟଟନସ୍ଥଳର ମାନ୍ୟତା ମିଳିଛି। ଏସବୁ କ୍ଷେତ୍ର ପର୍ଯ୍ୟଟନସ୍ଥଳ ହୋଇଥିଲେ ମଧ୍ୟ ପ୍ରଚାର ପ୍ରସାର ଅଭାବ ରହିଛି। ଏଥିସହ ପର୍ଯ୍ୟଟନସ୍ଥଳକୁ ଉପଯୁକ୍ତ ରାସ୍ତା ନାହିଁ। ଏହି ଜିଲାରେ ଶ୍ରୀବଳଦେବଜୀଉଙ୍କ ବିଭିନ୍ନ ଲୀଳାକୁ ଛୋଟ ପ୍ରକଳ୍ପ ମାଧ୍ୟମରେ ପ୍ରଦର୍ଶନ କରାଯାଇ ପାରିଲେ ଆର୍ଥିକ ବିକାଶ ହୋଇପାରିବ। ଗବେଷକ ଡ. ସର୍ବେଶ୍ୱର ସେଣ କହିଛନ୍ତି, ଦେଶରେ ହାତଗଣତି ମନ୍ଦିରରେ ମହିଳା ପୂଜକ ଅଛନ୍ତି। କେରଳର ଥିରୁଭାନନ୍ତପୁରମସ୍ଥିତ ଭଗବତୀ ମନ୍ଦିର, ମହାରାଷ୍ଟ୍ରର ଶନି ଶିଘ୍ନପୁର ମନ୍ଦିର ଆଦିରେ ମହିଳା ପୂଜକ ଥିବାବେଳେ ରାଜନଗରର ପଞ୍ଚୁବରାହୀ ଦେବୀଙ୍କୁ ଦଳିତ ମହିଳା ପୂଜା କରିବାର ସ୍ବତନ୍ତ୍ର ଅଧିକାର ଅଛି। ଏହି ପରମ୍ପରା ପ୍ରାୟ ୪୦୦ ବର୍ଷ ଧରି ଚାଲିଆସିଛି। ଏହା ସାମ୍ପ୍ରତିକ ସମୟରେ ମହିଳା ସଶକ୍ତୀକରଣ ଉଦାହରଣ ପାଲଟିଛି। ରାଜନଗର ବ୍ଲକ ବଗପାଟିଆସ୍ଥ ଏହି ପୀଠର ଉନ୍ନତୀକରଣ ସହ ପ୍ରଚାର ପ୍ରସାର ହୋଇପାରିଲେ ପର୍ଯ୍ୟଟନ ଶିଳ୍ପ ସମୃଦ୍ଧ ହେବ। ସେହିପରି ଅବହେଳିତ ବିଭିନ୍ନ ଐତିହ୍ୟ ସାମଗ୍ରୀର ସୁରକ୍ଷା ପାଇଁ ମ୍ୟୁଜିୟମର ଆବଶ୍ୟକତା ରହିଛି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ରାଜନେତା ଓ ପ୍ରଶାସକଙ୍କ ଅବହେଳା ଜିଲା ପର୍ଯ୍ୟଟନ ଶିଳ୍ପକୁ ରୁଗ୍‌ଣ କରିଛି। ଦୀର୍ଘବର୍ଷ ଧରି ଏଠାରେ ନିୟମିତ ଜିଲା ପର୍ଯ୍ୟଟନ ଅଧିକାରୀ ପଦ ପୂରଣ ହୋଇପାରୁନାହିଁ। ରାଜ୍ୟ ସରକାର ଭିତରକନିକାର ଧଳା ଲୁଣା କୁମ୍ଭୀର ଗୋରୀ ଓ ଅଲିଭରିଡ୍‌ଲେ କଇଁଛ ଗୋଲୁ ମାସକଟ ଭାବେ ବ୍ୟବହାର କରିଛନ୍ତି। ତେବେ ଏହି ପ୍ରାଣୀଙ୍କ ସୁରକ୍ଷା ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ମଧୁରପାଣିର ଅଭାବ, ତଟକ୍ଷୟ, ଚିଙ୍ଗୁଡି ଘେରି, ଭିତରକନିକା ଆଭ୍ୟନ୍ତର ଅଞ୍ଚଳରୁ ଜନବସତିକୁ ସ୍ଥାନାନ୍ତର, ଇକୋ ସେନସେଟିଭ ଜୋନର ପରିଚାଳନା ଆଦିରେ ଛନ୍ଦି ହୋଇଛି। ଫଳରେ ୨୦୧୭ ମସିହାରେ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇ ପାରି ନ ଥିବା ବେଳେ ଏବେ ଜାତୀୟ ଉଦ୍ୟାନ ମାନ୍ୟତା ହରାଇବାକୁ ଯାଉଛି। ଜିଲା ଜନ ଅଧିକାର ମଞ୍ଚ ସଭାପତି ଭୂବନ ମୋହନ ଜେନା କହିଛନ୍ତି, ଜିଲାର ଆର୍ଥିକ ବିକାଶରେ ପର୍ଯ୍ୟଟନ ଶିଳ୍ପ ସହାୟକ ହୋଇପାରିବ। ଧାର୍ମିକ ପୀଠର ଉନ୍ନତୀକରଣ ଓ ପ୍ରଚାର ପ୍ରସାରର ଆବଶ୍ୟକତା ଅଛି। ସେହିପରି ପ୍ରାକୃତିକ ପରିବେଶର ଉପଯୋଗ ଦରକାର। ଗାଇଡ୍‌, ଫଟୋଗ୍ରାଫି, କୁଟୀର ଶିଳ୍ପର ମଣ୍ଡିଠାରୁ ଆରମ୍ଭ କରି ବେଳାଭୂମିକୁ ପର୍ଯ୍ୟଟକ ଉପଯୋଗୀ ଭିତ୍ତିଭୂମିର ବିକାଶ ଦ୍ୱାରା ଜିଲାର ଅର୍ଥନୈତିକ ବିକାଶ ହେବ। ମହୁ, ଝୁଣା ଆଦି ବନଜାତ ଦ୍ରବ୍ୟକୁ ଯୁବବର୍ଗଙ୍କ କର୍ମନିଯୁକ୍ତି ସହ ଯୋଡ଼ିବାକୁ ପଡ଼ିବ। ସାମୁଦ୍ରିକ, ବନ୍ୟ ଜୀବ ସମ୍ପର୍କରେ ବିଶ୍ୱବିଦ୍ୟାଳୟ ଓ ଗବେଷଣାଗାର ଏ ସମ୍ପର୍କରେ ଶିକ୍ଷାକୁ ପ୍ରୋତ୍ସାହିତ କରିବ। ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମ ସହ ସରକାରୀ ପ୍ରୋତ୍ସାହନରେ ଜିଲାର ବିଭବକୁ ଅଧିକ ପ୍ରଚାର ପ୍ରସାର ହୋଇପାରିଲେ ଜିଲାର ଆର୍ଥିକ ବିକାଶ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri