ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ ଠିକା କର୍ମଚାରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ଆରଏସ୍‌ପିର ବରିଷ୍ଠ ଅଧିକାରୀ ଏଚ୍‌. କେ. ମେହେର, ଭଗବତ ମୁର୍ମୁ, ଜି. ବି. କାଲୋ, ପ୍ରଦୀପ ଏକ୍କା ଏବଂ ଠିକା କର୍ମଚାରୀ ଝୁନୁ ନନ୍ଦ। ଆହତମାନଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲର ବର୍ଣ୍ଣ ସେଣ୍ଟରରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ଉକ୍ତ ସମ୍ବେଦନଶୀଳ ଘଟଣାର ତଦନ୍ତ କରିବାକୁ ଆର୍‌ଏସ୍‌ପିର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକ ନିର୍ଦ୍ଦେଶ ଦେଇଥିବା କାରଖାନା ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଶନିବାର ସକାଳ ପ୍ରାୟ ୮ଟା ୪୫ ମିନିଟ୍‌ରେ କାରଖାନାରେ ଉପତ୍ାଦନ ସମୟରେ କନଭର୍ଟର ‘କ୍ୟୁ’ର ହୁଡ୍‌ ସଫେଇ କରାଯାଉଥିଲା। କନଭର୍ଟର ତଳେ ଥିବା ପାଣିରେ ହଠାତ୍‌ କିଛି ତରଳ ସ୍ଲାଗ୍‌ ପଡି ବିସ୍ପୋରଣ ଘଟିଥିଲା। ଫଳରେ ନିକଟରେ କାର୍ଯ୍ୟରତ ଅଧିକାରୀ ଏବଂ କର୍ମଚାରୀମାନେ ଏହା ସଂସ୍ପର୍ଶରେ ଆସିବାରୁ ସେମାନଙ୍କ ଶରୀରର ବିଭିନ୍ନ ଅଂଶ ଜଳି ଯାଇଥିଲା।

ଖବର ପାଇ ଡାକ୍ତରଖାନାରେ ଆର୍‌ଆଇକେକେଏସ୍‌, ଆର୍‌ଏସ୍‌ଏସ୍‌ ଓ ଜିଏମ୍‌ଏମ୍‌, ସିଟୁ, ଆର୍‌ଏମ୍‌ଏସ୍‌ ପ୍ରମୁଖ ଶ୍ରମ ସଙ୍ଗଠନର ନେତୃମଣ୍ଡଳୀ, ଆହତମାନଙ୍କ ପରିଜନ ପହଞ୍ଚତ୍ଥିଲେ। ତେବେ ଆହତମାନଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଛି। ଡିଆଇସି ଭୌମିକ ଘଟଣାର ତୁରନ୍ତ ଯାଞ୍ଚ କମିଟି ଗଠନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri