ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର

ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଉଭୟେ ଘନିଷ୍ଠ ସାଙ୍ଗ ବୋଲି ପୋଲିସ କହିଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ପାଟପୁର ପୋଲିସ ଏକ ମାମଲା (ନଂ.୪୩୦/୨୪) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।

ମିଳିଥିବା ସୂଚନା ମୁତାବକ, ପଦ୍ମପୁର ଗ୍ରାମର ଜଣେ ଯୁବକ ଏବଂ କରାଖଣ୍ଡି ଗ୍ରାମର ଜଣେ ଯୁବକ ଆନ୍ଧ୍ର ପ୍ରଦେଶରେ କାମ କରୁଥିଲେ। କାମ କରୁଥିବା ବେଳେ ସେମାନଙ୍କ ମଧ୍ୟରେ ବନ୍ଦୁତା ସ୍ଥାପନ ହୋଇଥିଲା। ଏହା କ୍ରମେ ନିବିଡ ହୋଇ ଦୁହେଁ ସାଙ୍ଗ ହୋଇ ଗାଁକୁ ଯିବା ଆସୁଥିଲେ। ଏପରିକି କରାଖଣ୍ଡି ଗ୍ରାମର ଯୁବକ ପଦ୍ମପୁର ଗ୍ରାମର ସାଙ୍ଗଙ୍କ ଘରକୁ ବେଳେ ବେଳେ ବୁଲିବାକୁ ମଧ୍ୟ ଆସୁଥିଲେ।

ହେଲେ କରାଖଣ୍ଡି ଗ୍ରାମର ଯୁବକଙ୍କ ନଜର ପଦ୍ମପୁର ଗ୍ରାମର ସାଙ୍ଗଙ୍କ ଭଉଣୀ ଉପରେ ପଡିଥିଲା। ତାଙ୍କୁ ସେ ଏକତରଫା ପ୍ରେମ କରି ବସି ଥିଲେ। କୌଶଳ କ୍ରମେ ମୋବାଇଲ ନମ୍ବର ସଂଗ୍ରହ କରି ନେଇଥିଲେ। ଏପରିକି ବିଭିନ୍ନ ସମୟରେ ସାଙ୍ଗଙ୍କ ଭଉଣୀଙ୍କୁ ଫୋନ କରି ପ୍ରେମ ନିବେଦନ କରି ହଇରାଣ ହରକତ କରୁଥିଲେ।

ଭଉଣୀଙ୍କ ଭାଇ(ସାଙ୍ଗ) ଏହା ଜାଣିବା ପରେ କୌଶଳ କରି କରାଖଣ୍ଡି ଗ୍ରାମର ସାଙ୍ଗକୁ ଜରୁରୀ କାମ ଥିବା କହି ଶନିବାର ରାତିରେ ଗାଁକୁ ଡ଼ାକିଥିଲେ। ସାଙ୍ଗ ଜଣକ କରାଖଣ୍ଡି ଗ୍ରାମର ଅନ୍ୟ ୪ଜଣ ସାଙ୍ଗକୁ ଧରି ୨ଟି ବାଇକରେ ପଦ୍ମପୁର ଗାଁକୁ ଆସିଥିଲେ। ପରେ ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ପଦ୍ମପୁର ଗ୍ରାମର ସାଙ୍ଗ କରାଖଣ୍ଡି ଗ୍ରାମର ସାଙ୍ଗଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। କାତି ଚୋଟରେ ତାଙ୍କ ବାମ ହାତରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ପାଖରେ ଥିବା ଅନ୍ୟ ସାଙ୍ଗମାନେ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ଖବରପାଇ ସାଙ୍ଗଙ୍କ ସ୍ତ୍ରୀ ପାଟପୁର ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଥାନା ଆଇଆଇସି ଅଜୟ କୁମାର ସ୍ବାଇଁ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ହିମାଂଶୁ ଶେଖର ପାତ୍ର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ କାତି ଜବତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri