Posted inଜାତୀୟ

ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣାରେ ମମତା ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୯:ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିବା ସହ ଅକ୍ଟୋବର ୧୫ ସୁଦ୍ଧା ଏହି ସମସ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ସୁପ୍ରିମକୋର୍ଟ ନିଜଆଡ଼ୁ ଶୁଣାଣି ପାଇଁ ଗ୍ରହଣ କରିଥିଲେ। କୌଣସି ସ୍ଥାନରେ କାର୍ଯ୍ୟ ଅଧାରୁ ଅଧିକ ଶେଷ ହୋଇ ନ ଥିବା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। କାର୍ଯ୍ୟରେ ମନ୍ଥରତା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି କି ବୋଲି ଖଣ୍ଡପୀଠ ପଶ୍ଚିମବଙ୍ଗ ସରକାରଙ୍କ ଓକିଲ ରାକେଶ ଦ୍ୱିବେଦୀଙ୍କୁ ପ୍ରଶ୍ନ କରିଥିଲେ। ୬,୧୭୮ଟି ସିସିଟିଭି କ୍ୟାମେରା ଲାଗିବାକୁ ଥିବାବେଳେ ମାତ୍ର ୨୬ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଛି, ଏବଂ ଅକ୍ଟୋବର ୧୦ ସୁଦ୍ଧା ଅବଶିଷ୍ଟ ଲାଗିଯିବ ବୋଲଇ ଦ୍ୱିବେଦୀ କହିଥିଲେ।

ସୋସିଆଲ ମିଡିଆରେ ମୃତା ଡାକ୍ତରଙ୍କ ନାମ ଓ ଫଟୋ ବାରମ୍ବାର ପ୍ରକାଶ ପାଉଥିବାରୁ ତାଙ୍କ ମାତାପିତା ବିବ୍ରତ ଥବା ଆଇନଜୀବୀ ବ୍ରିନ୍ଦା ଗ୍ରୋଭର ଅଦାଲତଙ୍କୁ ଜଣାଇଥିଲେ। ନାମ ଓ ଫଟୋ ହଟାଇବା ପାଇଁ ଅଦାଲତ ପୂର୍ବରୁ ନିର୍ଦ୍ଦେଶ ଦେଇସାରିଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ଦାୟିତ୍ୱ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାର ବୋଲି ଖଣ୍ଡପୀଠ କହିଥିଲେ। ପୀଡ଼ିତାଙ୍କ ନାମ ଓ ଫଟୋ ହଟାଇବା ପାଇଁ ଓ୍ବିକିପିଡିଆକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହା ସବୁ ସୋସିଆଲ ମିଡିଆ ପାଇଁ ଉଦ୍ଦିଷ୍ଟ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri