ପଦବୀ ହରାଇଲେ ସରପଞ୍ଚ

କାମାକ୍ଷାନଗର,୧ା୧୦(ସୁଧୀର କୁମାର ପରିଡ଼ା): ଜିଲା କାମାକ୍ଷାନଗର ବ୍ଲକ କାଦୁଆ ପଞ୍ଚାୟତର ସରପଞ୍ଚ ପ୍ରତିମା ସେଠୀ ସୋମବାର ଅନାସ୍ଥା ଭୋଟରେ ପରାଜିତ ହେବା ସହ ସରପଞ୍ଚ ପଦବୀ ହରାଇଛନ୍ତି। ପ୍ରକାଶ ଯେ, କାଦୁଆ ପଞ୍ଚାୟତର କେତେଜଣ ଓ୍ବାର୍ଡମେମ୍ବର ସରପଞ୍ଚଙ୍କ ବିରୋଧରେ କାମାକ୍ଷାନଗର ଉପଜିଲାପାଳଙ୍କ ନିକଟରେ ଅନାସ୍ଥା ପ୍ରସ୍ତାବ ପାଇଁ ଆବେଦନ କରିଥିଲେ। ତେଣୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁୟାୟୀ ପଞ୍ଚାୟତ କାର୍ଯ୍ୟାଳୟରେ ଏଥିପାଇଁ ଭୋଟିଂ ହୋଇଥିଲା। ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ଏହି ଭୋଟ ହୋଇଥିବା ବେଳେ ତହସିଲଦାର ପ୍ରିୟବ୍ରତ ଦାଶ ନିର୍ବାଚନ ଅଧିକାରୀ ଓ ପରଜଙ୍ଗ ଅତିରିକ୍ତ ତହସିଲଦାର ମନୋରଞ୍ଜନ ସାହୁ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିଲେ। ପଞ୍ଚାୟତର ମୋଟ ୧୫ଟି ଓ୍ବାର୍ଡ ମଧ୍ୟରୁ ଗତ ନିର୍ବାଚନରେ ୧୨ ଜଣ ନିର୍ବାଚିତ ହୋଇଥିବା ବେଳେ ପ୍ରାର୍ଥୀ ଅଭାବରୁ ୩ଟି ଓ୍ବାର୍ଡରେ ନିର୍ବାଚନ ହୋଇ ନ ଥିଲା। ତେଣୁ ୧୨ ଜଣ ଓ୍ବାର୍ଡମେମ୍ବରଙ୍କ ମଧ୍ୟରୁ ଭୋଟିଂ ବେଳେ ଜଣେ ଅନୁପସ୍ଥିତ ଥିଲେ। ଅବଶିଷ୍ଟ ୧୧ ଜଣଙ୍କ ମଧ୍ୟରୁ ୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇଥିଲେ। ଫଳରେ ଅନାସ୍ଥାରେ ହାରି ସରପଞ୍ଚ ସେଠୀ ତାଙ୍କ ପଦ ହରାଇଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ଥାନା ଅଧିକାରୀ ଧୀରେନ କୁମାର ବେହେରାଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ। ପଞ୍ଚାୟତରେ ଦୀର୍ଘଦିନ ଧରି ଚାଲିଥିବା କୁଶାସନର ଅନ୍ତଃ ହେଲା ବୋଲି ଅନାସ୍ଥା ଆଣିଥିବା ଓ୍ବାର୍ଡମେମ୍ବରମାନେ କହିଥିବା ବେଳେ ଅର୍ଥ ଲୋଭରେ ଓ୍ବାର୍ଡମେମ୍ବରମାନେ ବିଶ୍ବାସଘାତ କାର୍ଯ୍ୟ କରିଛନ୍ତି ବୋଲି ବିଦାୟୀ ସରପଞ୍ଚ ପ୍ରତିମା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri