କାରଖାନାରେ ଶ୍ରମିକଙ୍କୁ ଉଲଗ୍ନ କରି ମାଡ଼

ଢେଙ୍କାନାଳ,୧ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଗନ୍ନାଥ ପାୱାର ନାମକ ଏକ କମ୍ପାନୀ ପରିସରରେ ଗତ ୩ ଦିନ ତଳେ କାରଖାନାରେ କାର୍ଯ୍ୟରତ ଦୁଇଜଣ ଶ୍ରମିକଙ୍କୁ ସେମାନଙ୍କର ପ୍ୟାଣ୍ଟ, ସାର୍ଟ ଖୋଲି ଉଲଗ୍ନ କରି ନିସ୍ତୁକ ମାଡ଼ ମରାଯାଇଥିଲା। କାରଖାନାରେ ଜଣେ ସୁରକ୍ଷା କର୍ମଚାରୀ ଓ ଅନ୍ୟଜଣେ ଚାଳକ ମିଶି ଉଭୟଙ୍କୁ ନିସ୍ତୁକ ମାଡ ମାରିଥିଲେ । ଗୁରୁତର ଭାବେ ଆହତ ହୋଇଥିବା ଉଭୟ ଶ୍ରମିକ ଚିକିତ୍ସା ପାଇଁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।

ଏହି ଘଟଣାରେ ମଙ୍ଗଳବାର ମୋଟଙ୍ଗା ଥାନା ପୋଲିସ କାରଖାନାର ସୁରକ୍ଷା କର୍ମଚାରୀ ବୋଗା ଓରଫ୍‌ ଅଜିତ୍‌ କୁମାର ପଣ୍ଡା(୩୫), ଅନ୍ୟତମ ସୁରକ୍ଷା କର୍ମଚାରୀ ବସନ୍ତ କୁମାର ମଲ୍ଲିକ(୫୨)ଙ୍କ ସହ ଗାଡି ଚାଳକ ଅମୂଲ୍ୟ ଭୁତିଆ(୩୪)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ସୁରକ୍ଷା କର୍ମଚାରୀ ଅଜିତଙ୍କ ଘର ମୋଟଙ୍ଗା ଥାନା ଓଡ଼ାପଡ଼ା ଗ୍ରାମରେ ହୋଇଥିବା ବେଳେ ଚାଳକ ଅମୂଲ୍ୟଙ୍କ ଘର ତାଳଚେର ଥାନା ରାମଚନ୍ଦ୍ରପୁର ଅଞ୍ଚଳରେ ବୋଲି ଜଣାପଡିଛି । ସେହିପରି ଅନ୍ୟତମ ସୁରକ୍ଷା କର୍ମଚାରୀ ବସନ୍ତଙ୍କ ଘର ଭଦ୍ରକ ଜିଲା ବାସୁଦେବପୁର ଥାନା କୋଧୁଆଁ ଗ୍ରାମରେ ବୋଲି ପୋଲିସ ସୂତ୍ରରୁ ପ୍ରକାଶ। ଏ ସଂକ୍ରାନ୍ତରେ ମୋଟଙ୍ଗା ଥାନାରେ କେସ୍‌ ନଂ. ୩୯୦ା୨୪ରେ ଏକ ମାମଲା ରୁଜୁ କରାଯାଇଛି ବୋଲି ଥାନା ଅଧିକାରୀ ଜିତେନ୍ଦ୍ର ମଲ୍ଲିକଙ୍କ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri