ଶଙ୍ଖ ଭବନରେ କଥା କଟାକଟିକୁ ନେଇ ମୁହଁ ଖୋଲିିଲେ ଶ୍ରୀମୟୀ: କହୁକହୁ କହିଦେଲେ

ଭୁବନେଶ୍ୱର,୨।୧୦: ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲା ବିଜେଡି ବୈଠକ ବେଳେ ଶ୍ରୀମୟୀ ମିଶ୍ର ଓ ପ୍ରଦୀପ ସାହୁଙ୍କ ମଧ୍ୟରେ କଥା କଟାକଟି ଏବଂ ଶ୍ରୀମୟୀ ଙ୍କ ପ୍ରଦୀପ ସାହୁ ସମର୍ଥକଙ୍କ ପ୍ରବଳ ବିରୋଧ କରିଥିବା ଚର୍ଚ୍ଚା ହେଉଥିଲା। ମାତ୍ର ଏ ନେଇ ବିଜେଡି ପକ୍ଷରୁ କିଛି ସୂଚନା ମିଳି ନ ଥିଲା ବେଳେ ଶ୍ରୀମୟୀ ପ୍ରତିକ୍ରିୟା ଦେଇ କହିଛନ୍ତି,
ଯୁଗେଯୁଗେ ଲେଖା ଅଛି ଯେଉଁମାନେ ମହିଳାଙ୍କୁ ଅସମ୍ମାନ କରିଛନ୍ତି ତାର ଫଳ ସେ ନିଶ୍ଚିତ ପାଇଛନ୍ତି । ପୁରାଣ ଇତିହାସଠୁ ନେଇ ପ୍ରତିଦିନ ତା’ର ଉଦାହରଣ ଦେଖୁଥିବେ । ଯାହା ହୋଇଛି ତାହା ଆମ ଦଳର ଆଭ୍ୟନ୍ତରୀଣ ବ୍ୟାପାର । ତାହା ଆମ ଦଳର ସମୀକ୍ଷା ବୈଠକ ଥିଲା । ସମୀକ୍ଷା ବୈଠକରେ ଯେଉଁମାନେ ନେତୃ ମଣ୍ଡଳୀମାନେ ଥିଲେ ସେମାନେ ତାର ତର୍ଜମା ବିଶ୍ଲେଷଣ କରିବେ । ଗଣମାଧ୍ୟମରେ କହିବା ଶୃଙ୍ଖଳିତ କର୍ମୀର ପରିଚୟ ନୁହେଁ’ ।

ଆହୁରି ମଧ୍ୟ କହିଛନ୍ତି, ‘କହିବା ଲୋକ କେବେ ବି ବଡ଼ ନୁହେଁ ମୁଁ ଭାବେ ସହିବା ଲୋକଟି ବଡ଼। ପ୍ରଦୀପ ସାହୁ ମୋର ବଡ଼ ଭାଇ । ନିର୍ବାଚନ ବେଳେ ମୋତେ ସେ ବହୁତ ସହଯୋଗ କରିଛନ୍ତି । କାହାର କେଉଁଠି ମତାନ୍ତର ମନାନ୍ତର ରହିଛି ସେଇଟା ଦଳର ସଭାପତି ନିଷ୍ପତ୍ତି ନେବେ । ତେଣୁ ଆମ ଦଳରେ କଣ ହେଉଛି ମିଡିିଆରେ କହିବାକୁ ଚାହୁଁନାହିଁ । ଦେବୀ ମିଶ୍ରଙ୍କୁ ପଚାରନ୍ତୁ ସେ ନେତୃତ୍ୱ ନେଉଥିଲେ ସେ କହିବେ କ’ଣ ହୋଇଛି ।
ଅନ୍ୟପକ୍ଷେ ଶଙ୍ଖଭବନ କଥା କଟାକଟି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଦେବୀ ମିଶ୍ର । ଖୋର୍ଦ୍ଧା ଜଲା ବୈଠକରେ ସେଭଳି କିଛି ହୋଇନି । କଥା କଟାକଟି ପ୍ରଶ୍ନରେ କହିଲେ ଯେତେବେଳେ ଆମେ ସମୀକ୍ଷା କରୁଛୁ ବା ଆଲୋଚନା କରୁଛୁ ସଂଗଠନକୁ ନେଇ ସେତେବେଳେ ଏମିତି ପ୍ରାୟ ଘଟଣା ସାମନାକୁ ଆସୁଛି। ତାର ସମାଧାନ ବି କରାଯାଉଛି । ଏମିତି କିଛି ନୁହେଁ ଯେ କେହି ଦଳ ବିରୋଧୀ କାମ କରୁଛନ୍ତି । କାଲିର ଆଲୋଚନା ସୁରୁଖୁରୁରେ ସମାପନ ହୋଇଛି । କାହାର ଆଭିମୁଖ୍ୟ ନାହିଁ ଦଳ ଶୃଙ୍ଖଳା ବାହାରେ କାମ କରିବେ’।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri