ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…

ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର ପଣ୍ଡା ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ବୁଧବାର ରଞ୍ଜିତାଙ୍କ ମା’ ରେଣୁ ପଣ୍ଡା ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା କେସ୍‌ ନଂ ୩୬୬/୨୪ରେ ଏକ ମାମଲା ରୁଜୁ କରିବା ସହ ମୁଖ୍ୟ ଅଭିଯୁକ୍ତ ଜୟଚନ୍ଦ୍ରଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛନ୍ତି। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଛନ୍ତି। ମଙ୍ଗଳବାର ଅପରାହ୍ନରେ କୌଣସି କଥାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ବାମୀ ଜୟଚନ୍ଦ୍ର ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସେ ଅଚେତ ହୋଇ ଘରେ ପଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ରଞ୍ଜିତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଦୁଷ୍ମନ୍ତ ପ୍ରଧାନ ବୁଧବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

୧୦ ବର୍ଷ ପୂର୍ବେ ପେଣ୍ଡୁରାବାଡ଼ି ଗ୍ରାମର ସ୍ବର୍ଗତ ସୀମାଞ୍ଚଳ ପଣ୍ଡାଙ୍କ ମଝିଆ ଝିଅ ରଞ୍ଜିତା ସେହି ଗ୍ରାମର ଜୟଚନ୍ଦ୍ରଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସ୍ବାମୀ ଓ ଶାଶୁଘର ଲୋକମାନଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ଉଭୟଙ୍କ ଝିଅ ଓ ପୁଅ ଅଛନ୍ତି। ଅମାବାସ୍ୟା ତିଥିରେ ବଜ୍ର ମହାକାଳୀ ପୂଜା ନିମନ୍ତେ ଯାବତୀୟ ସାମଗ୍ରୀ କିଣିବା ପାଇଁ ଜୟଚନ୍ଦ୍ର ସ୍ତ୍ରୀ ରଞ୍ଜିତାଙ୍କୁ ୧୯ ଶହ ଟଙ୍କା ଦେଇଥିଲେ। କିନ୍ତୁ ରଞ୍ଜିତା ଉକ୍ତ ଟଙ୍କାକୁ ଅନ୍ୟାନ୍ୟ ସାମଗ୍ରୀ କିଣାରେ ଖର୍ଚ୍ଚ କରିଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ମାନସିକ ଭାରସାମ୍ୟ ହରାଇ ରଞ୍ଜିତା ଘରେ ଥିବା କୀଟନାଶକ ଖାଇ ଦେଇଥିଲେ ବୋଲି ଅଭିଯୁକ୍ତ ଜୟଚନ୍ଦ୍ର ପୋଲିସକୁ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri