୭୦ ଜଣଙ୍କ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ଚଳୁ

ନବରଙ୍ଗପୁର/ଡାବୁଗାଁ,୩।୧୦(ସଦାଶିବ ପ୍ରହରାଜ/ ପ୍ରଜ୍ଞାରଞ୍ଜନ ପରିଡ଼ା): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ପାପଡ଼ାହାଣ୍ଡି ବ୍ଲକ ମାନିଗାଁ ପୂର୍ବତନ ସରପଞ୍ଚ ମଞ୍ଜୁଳା ଜାନୀ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ଆତ୍ମସାତ୍‌ କରିଥିବା ନେଇ ଅଭିଯୋଗ ହୋଇଛି। ପଞ୍ଚାୟତବାସୀ, ଜିଲା ପରିଷଦ ଜୋନ୍‌-୧ ସଭ୍ୟ ଯଶୋବନ୍ତ ନାୟକ ଓ ବର୍ତ୍ତମାନର ସରପଞ୍ଚ ଶୁକଦେବ ମାଝୀ ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଛନ୍ତି। ୨୦୧୭ରୁ ୨୦୨୨ ପର୍ଯ୍ୟନ୍ତ ପୂର୍ବତନ ସରପଞ୍ଚ ହରିଶ୍ଚନ୍ଦ୍ର ଯୋଜନା ଅନୁଦାନ ଟଙ୍କା ହଡ଼ପ କରିଥିବା ନେଇ ଏକ ଅଭିଯୋଗ ପତ୍ର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ମହେଶ୍ବର ଚନ୍ଦ୍ର ନାୟକଙ୍କୁ ସରପଞ୍ଚ ପ୍ରଦାନ କରିଛନ୍ତି। ଅଭିଯୋଗର ତଦନ୍ତ ହେବ। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି। ଏହାର ଏକ ନକଲ ପାପଡ଼ାହାଣ୍ଡି ବିଡିଓଙ୍କୁ ମଧ୍ୟ ପ୍ରଦାନ କରାଯାଇଛି। ଏ ନେଇ ଡାବୁଗାଁ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଥାନା କେସ୍‌ ନଂ ୧୭୯/୨୪ ରେ ଏକ ମାମଲା ରୁଜୁ କରାଯାଇଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ଡାବୁଗାଁ ଆଇଆଇସି ସୁନୀଲ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ପାପଡ଼ାହାଣ୍ଡି ବ୍ଲକ୍‌ ମାନିଗାଁ ପଞ୍ଚାୟତରେ ମଞ୍ଜୁଳା ୨୦୧୭ରୁ ୨୦୨୨ ମଧ୍ୟରେ ସରପଞ୍ଚ ଥିଲେ। ଏହି ସମୟରେ ପଞ୍ଚାୟତ ପିଡିଏସ୍‌ ଆକାଉଣ୍ଟରୁ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ପର୍ଯ୍ୟାୟକ୍ରମେ ୪ଟି କିସ୍ତିରେ ୧ ଲକ୍ଷ ୪୦ ହଜାର ଟଙ୍କା ଉଠାଯାଇଥିଲା। ଏହି ଟଙ୍କା କିନ୍ତୁ ତତ୍କାଳୀନ ସରପଞ୍ଚ ହିତାଧିକାରୀଙ୍କୁ ଦେଇ ନ ଥିଲେ। ୨୦୨୨ ଏପ୍ରିଲରେ ଶୁକଦେବ ମାନିଗାଁ ସରପଞ୍ଚ ନିର୍ବାଚିତ ହୋଇଥିଲେ। ଏହାପରେ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ପାଇବାକୁ ଥିବା ହିତାଧିକାରୀ ତାଙ୍କୁ ମାଗିଥିଲେ। ପୂର୍ବତନ ସରପଞ୍ଚଙ୍କ କାର୍ଯ୍ୟକାଳ ସମୟରେ ମୃତ୍ୟୁବରଣ କରିଥିବା ପରିବାରବର୍ଗଙ୍କୁ ସହାୟତା ପ୍ରଦାନ କରାଯାଇପାରିବ ନାହିଁ ବୋଲି ସରପଞ୍ଚ ଶୁକଦେବ କହିଥିଲେ। ବାରମ୍ବାର ଲୋକେ ଟଙ୍କା ମାଗିବାରୁ ସେ ଘଟଣାର ତଦନ୍ତ କରିଥିଲେ। ମଞ୍ଜୁଳା ପିଡିଏସ୍‌ ଆକାଉଣ୍ଟରୁ ୨୦୧୮ ସେପ୍ଟେମ୍ବର ୭ରୁ ୨୦୧୯ ଅଗଷ୍ଟ ୩୦ ମଧ୍ୟରେ ୪ଟି ପର୍ଯ୍ୟାୟରେ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ଉଠାଇଛନ୍ତି। ସେହି ଅର୍ଥକୁ ହିତାଧିକାରୀଙ୍କୁ ଦେଇ ନ ଥିବା ଜାଣିବାକୁ ପାଇଥିଲେ। ଏହାପରେ ବୁଧବାର ମାନିଗାଁ ସରପଞ୍ଚ, ଜିଲା ପରିଷଦ ସଭ୍ୟ ଓ ୨ଶହରୁ ଊର୍ଦ୍ଧ୍ୱ ଜନସାଧାରଣ ଓ ହିତାଧିକାରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଘଟଣା ସମ୍ପର୍କରେ ଜଣାଇଥିଲେ। ୨୦୧୭ରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। କିନ୍ତୁ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ମିଳିଲା ନାହିଁ ବୋଲି ରାଉଲିଗୁଡା ଗାଁର ଘାସିରାମ ଜାନୀ ଅଭିଯୋଗ କରିଛନ୍ତି। ସେହିଭଳି ଉକ୍ତ ଗାଁର ପ୍ରଶାନ୍ତ ହରିଜନଙ୍କ କହିବା ଅନୁଯାୟୀ, ଜେଜେବାପା ଦୀନବନ୍ଧୁ ହରିଜନ ୨୦୧୯ ଓ ଜେଜେ ମାଆ ସେବତୀଙ୍କ ୨୦୨୦ରେ ମୃତ୍ୟୁ ହୋଇଥିଲା। ଏବେଯାଏ କିନ୍ତୁ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ମିଳିଲା ନାହିଁ। ଏହିଭଳି ଅନେକ ଲୋକ ମୃତଦେହ ସତ୍କାର ସହାୟତା ଟଙ୍କା ପାଇବାରୁ ବଞ୍ଚତ୍ତ ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri