ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ

ବ୍ରହ୍ମପୁର,୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ଗୁରୁବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍‌ ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।

ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଖାରିଆଗୁମାର ସୁସ୍ଥିର ପାଲ(୩୨) ଓ ସଂଜୀବ ପାଲ(୨୬)। ଉଭୟ ଅଭିଯୁକ୍ତଙ୍କୁ ପ୍ରତ୍ୟେକ ୧୦ ବର୍ଷ ଲେଖାଏ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଜଜ୍‌ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଏନେଇ ସରକାର ନିଜ ପକ୍ଷରୁ ମାମଲା ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ସୂଚନା ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୩ ଅଗଷ୍ଟ ୨୧ରେ ଅବକାରୀ ଗୋଇନ୍ଦା ଫାଷ୍ଟ୍‌ଗେଟ୍‌ରୁ ଏକ କାର୍‌ରୁ ୫୦କେଜି ଗଞ୍ଜେଇ ଜବତ କରିଥିଲା। ଉକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଗୋଇନ୍ଦା ଇନ୍ସପେକ୍ଟର ତଥା ତଦନ୍ତ ଅଧିକାରୀ ହୃଦୟ ଚନ୍ଦ୍ର ସାମନ୍ତ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri