ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ।
ସେ କହିଛନ୍ତି ବିଜେଡି ଘର ଖାଲି ହୋଇଯିବ। ବହୁ ବିଜେଡି ବିଧାୟକ ଓ ନେତା ଭାଜପା ସମ୍ପର୍କରେ ଅଛନ୍ତି। ଆମେ ସରକାରରେ ଅଛୁ, ଆମ ନେତା କାହିଁକି ବିଜେଡି ସମ୍ପର୍କରେ ରହିବେ। ଆମ ଦଳ ଯୁବକ, ବିଜେଡି ହେଲା ବୃଦ୍ଧ। ବୃଦ୍ଧ ବସିବ, ଯୁବକ ଦୌଡ଼ିବ।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ତାଙ୍କୁ ଖୋଲା ଚ୍ୟାଲେଞ୍ଜ କରିଥିଲେ। ବଦ୍ରି କହିଥିଲେ, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି ବଦ୍ରି ମନମୋହନଙ୍କୁ ପ୍ରଶ୍ନ କରିଥିଲେ।

ମନମୋହନ କହିଥିଲେ, ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ।

ସେ କହିଥିଲେ, ‘ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ, ୨ ରାଜ୍ୟ ସଭା ଏମ୍‌ପି ମଧ୍ୟ ଭାଜପାରେ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”।

ନିକଟରେ ରାଜ୍ୟ ସଭା ଏମ୍‌ପି ମମତା ମହାନ୍ତ, ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ସହ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ମମତା ଭାଜପା ପକ୍ଷରୁ ପୁନର୍ବାର ରାଜ୍ୟ ସଭା ଯାଇ ସାରିଥିବା ବେଳେ ଆଗକୁ ସୁଜିତଙ୍କୁ ମଧ୍ୟ ପାର୍ଟି ସମାନ ଉପହାର ଦେଇପାରେ।

ଦୀର୍ଘ ୨୫ ବର୍ଷ ଶାସନରେ ରହିବା ପରେ ବିଜୁ ଜନତା ଦଳ(ବିଜେଡି) ପ୍ରଥମଥର ପାଇଁ କ୍ଷମତାଚ୍ୟୁତ ହୋଇଛି। ନିର୍ବାଚନ ସମୟରେ ଅନେକ ନେତା ଟିକେଟ ନ ପାଇ ଦଳଛାଡି ଭାଜପାରେ ମିଶିଥିଲେ। ଏଥିରେ ସମୀର ଦାଶଙ୍କ ପରି ବହୁ ବରିଷ୍ଠ ନେତା ଥିଲେ। ତେବେ ନିର୍ବାଚନରେ ପରାଜୟ ପରେ ଦଳ ଭିତରେ ଅନ୍ତଃକନ୍ଦଳ ବଢୁଥିବା ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଭାଜପା ମୁଖ୍ୟ ମନମୋହନଙ୍କ ଏପରି ବୟାନ ରାଜ୍ୟ ରାଜନୀତିରେ ହଲ୍‌ଚଲ୍‌ ସୃଷ୍ଟି କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri