Posted inଖେଳ

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ଭାରତ ନାମରେ ଏକ ଅଲୋଡା ରେକର୍ଡ ପଞ୍ଜିକୃତ ହୋଇଥିଲା। ଟି -୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷ ରରନ୍‌ ଏହା ଭାରତ ମହିଳା ଦଳର ସବୁଠାରୁ ବଡ଼ ପରାଜୟ। ଯଦି ସାମଗ୍ରିକ ଭାବେ ଦେଖାଯାଏ, ଏହା ଦ୍ୱିତୀୟ ବୃହତ୍ତମ ପରାଜୟ।

ମହିଳା ଟି-୨୦ ବିଶ୍ୱକପରେ ରନ ଦୃଷ୍ଟିରୁ ଭାରତର ସବୁଠାରୁ ବଡ ପରାଜୟ ଅଷ୍ଟ୍ରେଲିଆ ବିପକ୍ଷରେ ହୋଇଥିଲା। ୨୦୨୦ ଫାଇନାଲରେ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ ୮୫ ରନ୍‌ରେ ପରାସ୍ତ କରିଛି। ଏବେ ନ୍ୟୁଜିଲାଣ୍ଡ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହା ଥିଲା ଦ୍ୱିତୀୟ ବୃହତ୍ତମ ପରାଜୟ। ୨୦୦୯ରେ ଟ୍ରେଣ୍ଟ ବ୍ରିଜରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ଦ୍ୱାରା ୫୨ ରନ୍‌ରେ ପରାସ୍ତ ହୋଇଥିଲା। ବର୍ତ୍ତମାନ ଏହା ହେଉଛି ତାଙ୍କର ତୃତୀୟ ବୃହତ୍ତମ ପରାଜୟ।

ଭାରତ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ନ୍ୟୁଜିଲାଣ୍ଡ ୧୬୦ ରନ ସଂଗ୍ରହ କରିଥିଲା। ଅଧିନାୟକ ସୋଫି ଡିଭାଇନ ଏକ ଦୃଢ ପ୍ରଦର୍ଶନ କରିଥିଲେ। ସେ ୫୭ ଅପରାଜିତ ରନ ସ୍କୋର କରିଥିଲେ। ଏହାର ଜବାବରେ ଟିମ ଇଣ୍ଡିଆ ୧୦୨ ରନ ସ୍କୋରରେ ଆଉଟ ହୋଇଥିଲା। କ୍ୟାପଟେନ ହରମାନପ୍ରୀତ ଭାରତ ପାଇଁ ସର୍ବାଧିକ ୧୫ ରନ ସଂଗ୍ରହ କରିଥିଲେ।

ମହିଳା ଟି-୨୦ ବିଶ୍ୱକପ ୨୦୨୪ରେ ଭାରତର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ବିପକ୍ଷରେ ରବିବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri