ଆସିଲା ସୁଭଦ୍ରା ଟଙ୍କା: କୋଟିଏତମ ହିତାଧୀକାରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ପୁରସ୍କାର

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ଦିଆଯାଇଛି। ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ଏଯାବତ ଏହି ଯୋଜନାରେ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି।

ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ ଆସିଛି। ଆଉ ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଏହାରି ଭିତରେ କୋଟିଏତମ ହିତାଧିକାରୀଙ୍କୁ ମଞ୍ଚ ଉପରେ ସମ୍ବର୍ଦ୍ଧନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ବର୍ଦ୍ଧନା କରିବା ସହ ମାଉସୀଙ୍କୁ ଉପହାର ପ୍ରଦାନ କରାଯାଇଛି। ଏହି ସମୟରେ ମଞ୍ଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଉସୀ ମଞ୍ଚ ଉପରୁ ଟର୍ଚ୍ଚ ମାରିଥିଲେ, ଯାହାକୁ ଦେଖି ମୁଖ୍ୟମନ୍ତ୍ରୀ ହସିବାକୁ ଲାଗିଥିଲେ।

‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ ହିତାଧିକାରୀ କେମିତି ଚେକ କରିବେ ଆସନ୍ତୁ ଜାଣିବା…

ଯଦି ଆପଣ ସୁଭଦ୍ରାରେ ଅକ୍ଟୋବର ୭ ଭିତରେ ଆପ୍ଲାଏ କରିଛନ୍ତି ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri