Posted inଜାତୀୟ

ତୁମେ ଛାଡି ଚାଲିଗଲ… ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡଙ୍କ ଦୁଃଖଦାୟକ ପୋଷ୍ଟ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳେ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଟାଟାଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟାନ୍ୟ ବିଶିଷ୍ଟ ଲୋକ, ନେତା ଇତ୍ୟାଦି ଶୋକ ପ୍ରକାଶ କରିଛନ୍ତି। ଏହାରି ଭିତରେ ଆଉଜଣେ ଶୋକ ପ୍ରକାଶ କରିଛନ୍ତି ଯିଏକି ରତନ ଟାଟାଙ୍କ ଅତି ନିକଟତର। ଆଉ ସେ ହେଲେ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯାହା ଭାଇରାଲ ହେବାରେ ଲାଗିଛି।

ସେ ପୋଷ୍ଟ କରି କହିଛନ୍ତି, ସେମାନେ କହୁଛନ୍ତି ତୁମେ ଚାଲିଗଲ…ଏହା ବହୁ କଷ୍ଟଦାୟକ । ବିଦାୟ ସାଙ୍ଗ। ଏମିତି ଲେଖି ଭାବବିହ୍ବଳ ହୋଇଛନ୍ତି ରତନ ଟାଟାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ, ଭଲ ବନ୍ଧୁ ତଥା ଅଭିନେତ୍ରୀ ସିମି ଗ୍ରୁୱାଲ । ଦିନେ ସିମି ଗ୍ରୁୱାଲ ରତନ ଟାଟାଙ୍କୁ ଭଲ ପାଉଥିଲେ । ତାଙ୍କୁ ଜଣେ ଭଲ ବନ୍ଧୁ ଭାବରେ ବିବେଚନା କରୁଥିଲେ ।

କିମ୍ବଦନ୍ତୀ ଉଦ୍ୟୋଗପତି ତଥା ପଦ୍ମ ବିଭୂଷଣ ରତନ ଟାଟାଙ୍କ ପରଲୋକ ହୋଇଛି । ୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ଦିନ ତଳେ ତାଙ୍କ ଅସୁସ୍ଥତାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ, ସୋସିଆଲ ମିଡିଆରେ ଏହାକୁ ଖଣ୍ଡନ କରିଥିଲେ ନିଜେ ରତନ ଟାଟା।
ତେବେ ଗତକାଲି ସେ ଆଇସିୟୁରେ ଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ।
୧୯୬୧ରେ ସେ ପ୍ରଥମେ ଟାଟାଷ୍ଟିଲରେ ଯୋଗ ଦେଇଥିଲେ ଏବଂ ୧୯୯୧ରେ ଜେଆରଡି ଟାଟା ଅବସର ନେବା ପରେ ସେ ଟାଟା ସନ୍ସ ଚେୟାରମ୍ୟାନ ବନିଥିଲେ। ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୨୦୦୦ ମସିହାରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ ଭାରତ ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri