Posted inଜାତୀୟ

ଟାଟା ଟ୍ରଷ୍ଟର ନୂଆ ଚେୟାରମ୍ୟାନଙ୍କ ନାଁ ଘୋଷଣା: ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୧।୧୦: ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ନୂତନ ଚେୟାରମ୍ୟାନ କରାଯାଇଛି। ରତନ ଟାଟାଙ୍କ ମୃତ୍ୟୁ ପରେ ଏହି ଦାୟିତ୍ୱ ନୋଏଲଙ୍କୁ ଦିଆଯାଇଛି। ରତନ ଟାଟାର ସମ୍ଭାବ୍ୟ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ନୋଏଲ ଟାଟା ସବୁଠାରୁ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଉଥିଲା। ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି।
ନାଭାଲ ଟାଟାଙ୍କ ଦ୍ୱିତୀୟ ପତ୍ନୀ ସିମୋନଙ୍କଠାରୁ ଜନ୍ମ ହୋଇଥିବା ନୋଏଲ ଟାଟା ହେଉଛନ୍ତି ରତନ ଟାଟାଙ୍କର ସାବତ ଭାଇ। ଏହି ପାରିବାରିକ ବନ୍ଧନ ଉତ୍ତରାଧିକାରୀ ଦୃଷ୍ଟିରୁ ନୋଏଲ ଟାଟାକୁ ଏକ ନମ୍ବର ସ୍ଥାନରେ ଥିଲେ। ନୋଏଲ ଟାଟାଙ୍କ ତିନି ସନ୍ତାନ ମାୟା ଟାଟା, ନେଭିଲ ଟାଟା ଏବଂ ଲିଆ ଟାଟା ମଧ୍ୟରେ ଟାଟା ଟ୍ରଷ୍ଟ ସହ ସମ୍ପୃକ୍ତ ଅଛନ୍ତି। ଏମାନଙ୍କ ବ୍ୟତୀତ ରତନ ଟାଟାଙ୍କର ଏକ ସାନ ଭାଇ ଜିମି ଟାଟା ମଧ୍ୟ ଅଛନ୍ତି, ଯିଏ ଟାଟା ଗ୍ରୁପର କାର୍ଯ୍ୟକଳାପରୁ ସର୍ବଦା ଦୂରେଇ ଥାନ୍ତି।

ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ତାଙ୍କ ମୃତ୍ୟୁକୁ ନେଇ ଗୁଜବ ସୃଷ୍ଟି ହେବାରୁ ରତନ ତାହାକୁ ବିଶ୍ୱାସ ନ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ। ବୁଧବାର ରତନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଇନ୍‌ଟେନ୍‌ସିଭ୍‌ କେୟାର ୟୁନିଟ୍‌ (ଆଇସିୟୁ)ରେ ଭର୍ତ୍ତି କରାଯିବା ପରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ବଢ଼ିଥିଲା। ତେବେ ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଥିବା ଟାଟା ଗ୍ରୁପ୍‌ ପକ୍ଷରୁ ସୂଚନା ଦିଆଯାଇଥିଲା।

୧୯୩୭ ଡିସେମ୍ବର ୨୮ରେ ବ୍ରିଟିଶ୍‌ ଇଣ୍ଡିଆର ବମ୍ବେ ପ୍ରେସିଡେନ୍ସିରେ ଶିଳ୍ପପତି ନାଭାଲ ହେରମୁସ୍‌ଜୀ ଟାଟାଙ୍କ ଔରସରୁ ରତନ ଟାଟା ଜନ୍ମଗ୍ରହଣ କରିଥିଲେ। ମୁମ୍ବାଇର ଚାମ୍ପିୟନ୍‌ ସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହାପରେ ସେ ଶିମ୍‌ଲାସ୍ଥିତ ବିଶପ୍‌ ଜନ୍‌ କୋନ୍ନୋନ ସ୍କୁଲ ଏବଂ ୧୯୫୫ରେ ନ୍ୟୁୟର୍କସ୍ଥିତ ରିଭରଡେଲ୍‌ କଣ୍ଟ୍ରି ସ୍କୁଲରେ ଅଧ୍ୟୟନ କରିଥିଲେ। ରତନ ୧୯୯୦ରୁ ୨୦୧୨ ଓ ୨୦୧୬ରୁ ୨୦୧୭ ପର୍ଯ୍ୟନ୍ତ ୨ ଥର ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ। ରତନ ଟାଟା ଆଜୀବନ ଅବିବାହିତ ଥିଲେ। ୨୦୧୧ରେ ସେ କହିଥିଲେ, ତାଙ୍କୁ ୪ ଥର ବିବାହ ସୁଯୋଗ ମିଳିଥିଲା। କିନ୍ତୁ ପ୍ରତ୍ୟେକ ଥର ସେ କୌଣସି ନା କୌଣସି କାରଣରୁ ଭୟଭୀତ ହୋଇ ବିବାହକୁ ଏଡ଼ାଇ ଦେଇଥିଲେ। ରତନ ଜଣେ ସରଳ, ଅମାୟିକ ଓ ପରୋପକାରୀ ବ୍ୟକ୍ତି ଥିଲେ। ସେ ବ୍ୟବସାୟିକ ପରିଚାଳନା ସହ ଅନେକ ଦାତବ୍ୟ ଅନୁଷ୍ଠାନ ଗଢ଼ି ଜନସେବାରେ ନିଜକୁ ସମର୍ପିତ କରିଥିଲେ। ଏଥିପାଇଁ ସେ ବହୁ ପୁରସ୍କାର ଓ ସମ୍ମାନର ଅଧିକାରୀ ହୋଇଥିଲେ। ୨୦୦୦ରେ ରତନଙ୍କୁ ପଦ୍ମଭୂଷଣ ଓ ୨୦୦୮ରେ ଭାରତ ସରକାରଙ୍କ ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମବିଭୂଷଣ ଉପାଧିରେ ଭୂଷିତ କରାଯାଇଥିଲା। ଏହାବାଦ୍‌ ୨୦୦୬ରେ ମହାରାଷ୍ଟ୍ର ଭୂଷଣ ଓ ୨୦୨୧ରେ ଆସାମ ବୈଭବ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri