Posted inଜାତୀୟ

ବ୍ୟାରିକେଟ୍‌ ଉପରେ ଚଢିଲେ ଅଖିଳେଶ: ଯୋଗୀ ସରକାରଙ୍କୁ ଭର୍ତ୍ସନା

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଆଜି ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପାଳିତ ହେଉଛି। ଏହାକୁ ନେଇ ରାଜନୀତି ତୀବ୍ର ହୋଇଛି। ଜୟପ୍ରକାଶ ନାରାୟଣ ଇଣ୍ଟରନ୍ୟାସନାଲ ସେଣ୍ଟର(JPNIC) ଚାରିପଟେ ବ୍ୟାରିକେଟ୍‌ ନିର୍ମାଣକୁ ନେଇ ସମାଜବାଦୀ ପାର୍ଟି(ଏସ୍‌ପି) ରାଜରାସ୍ତାକୁ ଓହ୍ଲାଇଛି। ଏସ୍‌ପି ଅଧ୍ୟକ୍ଷ ଅଖିଳେଶ ଯାଦବ ଜୟପ୍ରକାଶ ନାରାୟଣଙ୍କୁ ମାଲ୍ୟାର୍ପଣ କରିବାର ଥିଲା। କିନ୍ତୁ ଏହାପୂର୍ବରୁ ତାଙ୍କ ଘର ଆଗରେ ପୋଲିସ ଟିମ୍‌ ମୃତୟନ କରାଯାଥିଲା। ଏହାକୁ ନେଇ ଯୋଗୀ ସରକାରଙ୍କ ଉପରେ ବର୍ଷିଛନ୍ତି ଅଖିଳେଶ।

ଅଖିଳେଶ ଯାଦବ ଜୟପ୍ରକାଶଙ୍କ ପ୍ରତିମୂର୍ତ୍ତିକୁ ସଜାଇବା ପାଇଁ JPNIC ଯାଇଥିଲେ। ତାଙ୍କୁ ଅଟକାଇବା ପାଇଁ ଗେଟ ବନ୍ଦ ହୋଇଯାଇଥିଲା। ଅଖିଳେଶ ତାଙ୍କ ସମର୍ଥକଙ୍କ ସହ ପହଞ୍ଚିବା ପରେ ସେଠାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀମାନେ ତାଙ୍କୁ ଭିତରକୁ ଯିବାକୁ ଦେଇ ନ ଥିଲେ, ଏହି କାରଣରୁ ସେ ରାଗିଯାଇ ଫାଟକ ଭିତରକୁ ଡେଇଁପଡିଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀମାନେ ତାଙ୍କ ଅଟକାଇଥିଲେ।
ଏହାକୁ ନେଇ ଅଖିଳେଶ କହିଛନ୍ତି, ଜୟପ୍ରକାଶ ନାରାୟଣ ଜଣେ ମହାନ ନେତା ହୋଇଥିବା ବେଳେ ଆମକୁ କାହିଁକି ତାଙ୍କୁ ସମ୍ମାନ ଜଣାଇବାରୁ ବଞ୍ଚିତ କରାଯାଉଛି ତାହା ବୁଝି ପାରୁନୁ। କାହାକୁ ଶ୍ରଦ୍ଧାଞ୍ଜଳି ଦେବାରୁ ରୋକିବା ସଭ୍ୟ ଲୋକଙ୍କ କାମ ନୁହେଁ। ଏହି ବ୍ୟାରିକେଟ୍‌ ନିର୍ମାଣ ପଛରେ ସରକାର କିଛି ଲୁଚାଇବାକୁ ଚେଷ୍ଟା କରୁଛନ୍ତି। ପ୍ରତିବର୍ଷ ଜୟପ୍ରକାଶ ନାରାୟଣ ଜୟନ୍ତୀ ଅବସରରେ ସପା କାର୍ଯ୍ୟକର୍ତ୍ତା ଓ ନେତା ଏକତ୍ରିତ ହୋଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥାନ୍ତି। ମାତ୍ର ଏଥର ସରକାର କାହିଁକି ଆମକୁ ଏଥିରୁ ବଞ୍ଚିତ କରୁଛନ୍ତି।
ସୂଚନାଯୋଗ୍ୟ, ଲକ୍ଷ୍ନୌ ବିକାଶ ପ୍ରାଧିକରଣ(LDA) ପକ୍ଷରୁ ଏକ ପତ୍ର ଜାରି କରାଯାଇ ତାହା ଏକ ନିର୍ମାଣସ୍ଥଳ ହୋଇଥିବାରୁ ବାହାର ଲୋକଙ୍କ ଯାତାୟତ ଉପରେ ପ୍ରତିବନ୍ଧକ ଲଗାଯାଇଥିବା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri