ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର ଶାନ୍ତି କମିଟି ପାଇଁ ନିଷ୍ପତି ହୋଇଥିବାବେଳେ ଫୁଲଟା ସରପଞ୍ଚ ମମତା ନାହାକଙ୍କ ଘର ଦାଣ୍ଡ ଓ ଘର ଉପରକୁ ବୋମାମାଡ ହୋଇଛି। ଏନେଇ ତାଙ୍କ ସ୍ବାମୀ ବିଦ୍ୟାଧର ନାହାକ ଥାନାରେ ଅଭିଯୋଗ କରିଛନ୍ତି।
ପୋଲିସ ଏ ସଂକ୍ରାନ୍ତରେ ୨୬୨/୨୪ରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ସେଠାରେ ଶାନ୍ତି ରକ୍ଷା କରିବା ପାଇଁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି। ତେବେ ବୁଧବାର ସକାଳେ ମଧ୍ୟ ଉକ୍ତ ସରପଞ୍ଚଙ୍କ ଘର ଉପରେ ବୋମାମାଡ ହୋଇଥିବା ବିଦ୍ୟାଧର ନାହାକ ପୁଣିଥରେ ଅଭିଯୋଗ କରିଛନ୍ତି। ସେଠାରେ ପୋଲିସ ଫୋର୍ସ ମୁତୟନ ଥିବାବେଳେ ବୋମାମାଡ ସମ୍ପର୍କରେ କୌଣସି ପୋଲିସ ଜାଣି ନ ଥିବା ଥାନାଧିକାରୀ ରେବତୀ ଶବର ସୂଚନା ଦେଇଛନ୍ତି। ସାଇଣ୍ଟିଫିକ ଟିମ ବୁଧବାର ସେଠାରେ ପହଞ୍ଚି ନମୁନା ସଂଗ୍ରହ କରିବ ବୋଲି ସେ କହିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଫୁଲଟା ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ବହୁବର୍ଷ ଧରି ସଂଘର୍ଷ ଲାଗି ରହିଛି। ଏପରିକି ଅନେକ ଥର ଶାନ୍ତି କମିଟି ମଧ୍ୟ ଗଠନ ହୋଇଛି। ତାହା ସତ୍ତ୍ୱେ ମଧ୍ୟ ସେଠାରେ ଗୋଷ୍ଠୀ ସଂଘର୍ଷ ଥମିବାର ନାଁ’ ନେଉନାହିଁ। ଗତ ୧୨ ରାତିରେ ସେଠାରେ ବୋମାମାଡ ହୋଇଥିବା ମଧ୍ୟ ଉକ୍ତ ଗ୍ରାମରେ ବୋମାମାଡ ହୋଇଥିଲା। ତେବେ ବୋମାମାଡ ସମ୍ପର୍କରେ ଅଭିଯୋଗ ପରେ ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉକ୍ତ ସରପଞ୍ଚଙ୍କ ଘର ଦାଣ୍ଡରେ ପଡିଥିବା କିଛି ବୋମା ଟୁକୁଡା ସଂଗ୍ରହ କରି ତଦନ୍ତ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri