୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ଶନିବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri