କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭିତ

ବାଲିଗୁଡା,୧୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି। ସୂଚନା ଯୋଗ୍ୟ ଯେ, ଗତ ଶନିବାର ଦିନ ଉକ୍ତ ଗ୍ରାମର କିଛି ଗ୍ରାମବାସୀ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ ହେଲେ ହଠାତ ବାଘ ରଡି ଶୁଣିବାକୁ ପାଇଥିଲେ। ତା’ର କିଛି ସମୟ ପରେ ପାହାଡ଼ ଆରପଟେ ୪ /୫ ଗୋଟି ଛେଳି ମରି ପଡିଥିବା ସହ ଆଉ କେତୋଟି ଛେଳି ଖଣ୍ଡିଆ ଖାବରା ହୋଇଥିବା ଦେଖିବାକୁ ପାଇଥିଲେ।

ଏହା ଦେଖି ଗ୍ରାମବାସୀ ବାଘ ଖାଇଥିବା ସନ୍ଦେହ କରୁଛନ୍ତି। ବାଘ ଏ ଭିତରେ ଦଶ ଗୋଟି ଛେଳି ଖାଇଲାଣି। ବାଘର ପାଦ ଚିହ୍ନ ମଧ୍ୟ ଗ୍ରାମବାସୀ ମାନେ ଦେଖିଥିବା ପ୍ରକାଶ କରିଛନ୍ତି। ଫଳରେ ବର୍ତ୍ତମାନ ଲୋକେ ସନ୍ଧ୍ୟା ନ ହେଉଣୁ ତାଟି, କବାଟ ବନ୍ଦ କରି ଭୟଭିତ ଅବସ୍ଥାରେ ରହୁଛନ୍ତି। ଉକ୍ତ ଗ୍ରାମର ଉପେନ୍ଦ୍ର ପାଟମାଝି ଙ୍କର ୬ ଗୋଟି ଛେଳି, ମହନ୍ତ ବଡ଼ମାଝି ଙ୍କ ଗୋଟିଏ ଛେଳି , ଆର୍କିଷନ ପାଟମାଝିଙ୍କର ଗୋଟିଏ ଛେଳି,ଓ ଜିନାନ୍ତ ପାଟମାଝିଙ୍କ ର ଦୁଇଟି ଛେଳି ଏପରି ୧୦ ଗୋଟି ଛେଳି ମାରି ଖାଇଥିବା ଅଭିଯୋଗ ହୋଇଛି।

ଏ ନେଇ ଗ୍ରାମବାସୀ ମାନେ କୋଟଗଡ ବନ ବିଭାଗ ରେଞ୍ଜର ବାଳ ଗୋପାଳ ବେହେରାଙ୍କୁ ଜଣାଇଥିବା ସହ କ୍ଷତି ପୂରଣ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ତେବେ ଘଟଣା ସ୍ଥଳରେ ବନ ବିଭାଗ ଅଧିକାରୀଙ୍କ ସମେତ ସଦଳ ବଳ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହାର ତଦନ୍ତ ପରେ ବାଘ ନା ଆଉ କୌଣସି ଜଙ୍ଗଲୀ ଜନ୍ତୁ ଛେଳି ମାନଙ୍କୁ ମାରିଛି, ତାହା ସ୍ପଷ୍ଟ ହେବ ବୋଲି ରେଞ୍ଜର ଶ୍ରୀ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri